ଆଦର୍ଶ ସ୍କୁଲ କ୍ୟାମ୍ପସ ନିର୍ମାଣ ସରିଲାନି; ଛେଣ୍ଡିପଦା ହାଇସ୍କୁଲରେ ଶିକ୍ଷାଦାନ

ଛେଣ୍ଡିପଦା,୧।୭(ଡି.ଏନ.ଏ.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଟେଣ୍ଟୁଲୋଇ ପଞ୍ଚାୟତ ଗୋପୀନାଥପୁର ଗ୍ରାମଠାରେ ଚଳିତ ବର୍ଷ ନୂତନ କରି ଆଦର୍ଶ ବିଦ୍ୟାଳୟରେ ଶିକ୍ଷାଦାନ ପାଇଁ ପ୍ରବେଶିକା ପରୀକ୍ଷା ହୋଇଥିଲା। ପ୍ରଥମ କରି କେବଳ ଷଷ୍ଠ ଶ୍ରେଣୀରେ ପାଠପଢା ଆରମ୍ଭ ହୋଇଥିବାବେଳେ ମୋଟ ୮୧ ଜଣ ଏଥିରେ ନାମ ଲେଖାଇଛନ୍ତି। ହେଲେ ଶିକ୍ଷାଦାନ ଆରମ୍ଭ ହୋଇସାରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଆଦର୍ଶ ବିଦ୍ୟାଳୟର କ୍ୟାମ୍ପସ ନିର୍ମାଣ କାମ ଶେଷ ହୋଇପାରିନାହିଁ। ଫଳରେ ଛାତ୍ରୀଛାତ୍ରମାନେ ଛେଣ୍ଡିପଦା ସରକାରୀ ହାଇସ୍କୁଲକୁ ଯାଇ ପାଠ ପଢୁଛନ୍ତି। ଆଦର୍ଶ ପିଲାଙ୍କ ପାଇଁ ସରକାରୀ ସ୍କୁଲରେ ମାତ୍ର ଗୋଟିଏ ଶ୍ରେଣୀଗୃହ ଯୋଗାଯାଇଛି। ଏଥିଯୋଗୁ ଗୋଟିଏ ଘରେ ୮୧ ଛାତ୍ରୀଛାତ୍ର ବସି ପାଠ ପଢିବାରେ ସମସ୍ୟା ଉପୁଜୁଥିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି।
ଛେଣ୍ଡିପଦା ବ୍ଲକରେ ଆଦର୍ଶ ବିଦ୍ୟାଳୟ ନିର୍ମାଣ ପାଇଁ ଗଣଶିକ୍ଷା ବିଭାଗ ତଥା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ପକ୍ଷରୁ ଗୋପୀନାଥପୁର ମୌଜାର ଏକ ସରକାରୀ ଜାଗାରେ ନୂତନ କ୍ୟାମ୍ପସର ଗତ ୧୧/୦୭/୨୦୧୮ରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ତଦନୁଯାୟୀ ବିଦ୍ୟାଳୟର ଶ୍ରେଣୀ ଗୃହ, ଅଫିସ, ଛାତ୍ରୀଛାତ୍ରଙ୍କ ପାଇଁ ହଷ୍ଟେଲ ସାଙ୍ଗକୁ ସମସ୍ତ ଆନୁଷଙ୍ଗିକ ଭିତ୍ତିଭୂମି ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୩ କୋଟି ୧୬ ଲକ୍ଷ ଟଙ୍କା ଅର୍ଥ ମଞ୍ଜୁର ହୋଇଛି। ଅନୁଗୋଳ ଗ୍ରାମ୍ୟ ନିର୍ମାଣ ବିଭାଗ ପକ୍ଷରୁ ଏକ ଠିକାସଂସ୍ଥା ମାଧ୍ୟମରେ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲେ ମଧ୍ୟ ଏହା ମନ୍ଥର ଗତିରେ ଚାଲିଛି। ଅନ୍ୟପକ୍ଷରେ ସରକାରୀ ନିୟମାନୁଯାୟୀ ଅଦ୍ୟାବଧି ଏହି ଶିକ୍ଷାନୁଷ୍ଠାନ ପାଇଁ କୌଣସି ସ୍ଥାୟୀ ନିଯୁକ୍ତି ପ୍ରଦାନ କରାଯାଇ ନ ଥିବା ଅଭିଯୋଗ ହୋଇଛି। ଏହାସହିତ କୌଣସି ହଷ୍ଟେଲ ସୁବିଧା ନ ଥିବାରୁ ଛାତ୍ରୀଛାତ୍ରମାନେ ପ୍ରତିଦିନ ପ୍ରାୟ ୨୫ରୁ ୩୦ କିମି ଦୂରରୁ ଛେଣ୍ଡିପଦା ସରକାରୀ ହାଇସ୍କୁଲକୁ ଆସୁଛନ୍ତି। ତେଣୁ ତୁରନ୍ତ ନୂତନ କ୍ୟାମ୍ପସ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ଛେଣ୍ଡିପଦା ବ୍ଲକ ଶିକ୍ଷା ଅଧିକାରୀ ତଥା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ଈଶ୍ୱର ଚନ୍ଦ୍ର ସାହୁ କହିଛନ୍ତି, ନିକଟରେ ଶିକ୍ଷା ବିଭାଗର ଏକ ଟିମ୍‌ ପହଞ୍ଚି ଶିକ୍ଷାଦାନ ବ୍ୟବସ୍ଥା ତଦାରଖ କରିବା ସହ ନିର୍ମାଣାଧୀନ କ୍ୟାମ୍ପସ ପରିଦର୍ଶନ କରିଥିଲେ। ଏହାର ଅଗ୍ରଗତି ପାଇଁ ବିଭାଗୀୟ ସହକାରୀ ଯନ୍ତ୍ରୀ ତଥା ନିୟୋଜିତ ଠିକାସଂସ୍ଥା କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ଅନୁଗୋଳ ଗ୍ରାମ୍ୟ ନିର୍ମାଣ ବିଭାଗ ଛେଣ୍ଡିପଦା ସେକ୍ସନ ସହକାରୀ ଯନ୍ତ୍ରୀ ଶ୍ରୀନିବାସ ପ୍ରଧାନ କହିଛନ୍ତି, କ୍ୟାମ୍ପସ ନିର୍ମାଣ କାର୍ଯ୍ୟ ଚାଲିଛି। ଦାୟିତ୍ୱ ନେଇଥିବା ଠିକାସଂସ୍ଥାକୁ ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri