ଆଦିବାସୀ ଚିତ୍ରକଳାର ସ୍ବାତନ୍ତ୍ର୍ୟ ରହିଛି

ସୋନପୁର,୧୯।୨(ନି.ପ୍ର.) – ସୁବର୍ଣ୍ଣପୁରରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା ଆଦିବାସୀ ଚିତ୍ରଶିଳ୍ପୀ ଶିବିର ଓ କଳାକୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ସ୍ଥାନୀୟ ଟାଉନ ହଲରେ ତିନିଦିନ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଉଦ୍‌ଯାପନୀ ଦିବସରେ ଲଳିତ କଳା ଏକାଡେମୀର ଅଧ୍ୟକ୍ଷ ପଦ୍ମଶ୍ରୀ ଡ. ସୁଦର୍ଶନ ପଟ୍ଟନାୟକ ଯୋଗଦାନ କରି ଆଦିବାସୀଙ୍କ ପାରମ୍ପରିକ ଚିତ୍ରକଳାର ଭୂୟସୀ ପ୍ରଶଂସା କରିଥିଲେ। ଏହି ଅବସରରେ ଅନୁଷ୍ଠିତ ସଭା ଓ କଳାକୃତି ଚର୍ଚ୍ଚାରେ ଡ. ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। ଡ. ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ ଓଡିଶାରେ ଆଦିବାସୀ ଚିତ୍ରକଳାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଏହାକୁ ବ୍ୟାପକ କରିବା ପାଇଁ ଏକାଡେମୀ ପକ୍ଷରୁ ବ୍ୟବସ୍ଥା ହୋଇଥିବା ସେ ସୂଚନା ଦେଇଥିଲେ। ସୁବର୍ଣ୍ଣପୁରର ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡିଶାର ଆଦିବାସୀମାନଙ୍କ କାନ୍ଥ ଚିତ୍ର ଓ ପାରମ୍ପରିକ ଝୋଟି କେବଳ ଓଡିଶା କାହିଁକି ସମଗ୍ର ଦେଶରେ ସ୍ବତନ୍ତ୍ର ବୋଲି ମତ ପ୍ରକାଶ କରିଥିଲେ। ସମ୍ମାନିତ ଅତିଥି ଭାବେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ସଚିବ ମନସ୍ବିନୀ ସାହୁ ଯୋଗଦେଇ ଆଦିବାସୀଙ୍କ କଳା କୃତିର ସ୍ବାତନ୍ତ୍ର୍ୟ ଉପରେ ଆଲୋକପାତ କରିଥିଲେ। ସଭାରେ ଲଳିତ କଳା ଏକାଡେମୀର ସଚିବ ଗଜେନ୍ଦ୍ର ପ୍ରସାଦ ସାହୁ ଏକାଡେମୀର ବାର୍ଷିକ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ଏଭଳି ଶିବିର ଆୟୋଜନ ଦ୍ୱାରା ଗ୍ରାମାଞ୍ଚଳରେ ଥିବା ଚିତ୍ରଶିଳ୍ପୀମାନେ ଉତ୍ସାହିତ ହେବେ ବୋଲି ମତପ୍ରକାଶ କରିଥିଲେ। ଐତିହାସିକ ସୁଦାମ ନାଏକ ଓ ଲୋକବାଦ୍ୟ ଗବେଷକ ଚୌଧୁରୀ ବିଭାର ଆଲୋଚକ ଭାବେ ଯୋଗଦେଇ ପାରମ୍ପରିକ କଳାକୃତି ଉପରେ ବିଶଦ ଆଲୋଚନା କରିଥିଲେ। ଏହି ଅବସରରେ ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଶିବିରରେ ଅଂଶଗ୍ରହଣ କରି ତାଲିମ ନେଇଥିବା ଜିଲାର ୧୫ଜଣ ଆଦିବାସୀ ଚିତ୍ରଶିଳ୍ପୀଙ୍କୁ ଅତିଥିଙ୍କ ଦ୍ୱାରା ୧୦ହଜାର ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିଲା। ସେହିପରି ସମସ୍ତ ଶିବିରାର୍ଥୀଙ୍କୁ ମାନପତ୍ର ଦିଆଯାଇଥିଲା। ଏ. କେ ସ୍କୁଲ ଅଫ ଆର୍ଟ ଏଣ୍ଡ କ୍ରାଫ୍ଟର ମୀନତି ମେହେରଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ଲଳିତ କଳା ଏକାଡେମୀର କାର୍ଯ୍ୟକାରୀ ସଭ୍ୟ ଶ୍ୟାମସୁନ୍ଦର ମେହେର ପରିଚାଳନା କରିଥିଲେ। ଚିତ୍ରଶିଳ୍ପୀ ସରୋଜ ମହାପାତ୍ର ଓ ଅଧ୍ୟାପକ ସଞ୍ଜିବ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri