ସୁନ୍ଦରଗଡ଼/ବାଲିଶଙ୍କରା, ୨୬।୪(ଡି.ଏନ୍.ଏ)-ସୁନ୍ଦରଗଡ଼ ଜିଲା ତଳସରା ଥାନା ବନଡେଗା ଫାଣ୍ଡି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି। ଗୁରୁବାର ଏନେଇ ବନଡ଼େଗା ଫାଣ୍ଡିରେ ଅଭିଯୋଗ ହୋଇଛି। ଏତଲା ପରେ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି। ନାବାଳିକାଙ୍କ ଡାକ୍ତରୀମାଇନା କରାଯାଇଛି। ଏହି ମାମଲାର ତଦନ୍ତ ଭାର ଜଣେ ଅତିରିକ୍ତ ଏସ୍ପିଙ୍କୁ ଦିଆଯାଇଛି। ପୀଡିତା ନାବାଳିକା ତାଙ୍କ ଏତଲାରେ ଦର୍ଶାଇଛନ୍ତି ଯେ, ବୁଧବାର ସନ୍ଧ୍ୟାରେ ସେ ତାଙ୍କ ମାମୁ ଘରୁ ଜଣେ ସମ୍ପର୍କୀୟ ଭାଇଙ୍କ ସହିତ ଘରକୁ ଫେରୁଥିଲେ। ନିଛାଟିଆ ରାସ୍ତାରେ ଅନ୍ୟ ଏକ ସମ୍ପ୍ରଦାୟର ୩ ଜଣ ଯୁବକ ବାଇକ୍ ଯୋଗେ ଆସି ସେମାନଙ୍କୁ ଅଟକାଇଥିଲେ। ଜଣେ ଯୁବକ ତାଙ୍କ ଭାଇକୁ ଅଟକାଇଥିବାବେଳେ ଅନ୍ୟ ୨ଯୁବକ ନାବାଳିକାକୁ ଟେକିନେଇ ଜଙ୍ଗଲ ମଧ୍ୟରେ ବଳାତ୍କାର କରିଥିଲେ। ପରେ ୩ ଯୁବକ ଫେରାର୍ ହୋଇଯାଇଥିଲେ। ଘଟଣା ସମ୍ପର୍କରେ ସମ୍ପର୍କୀୟ ଭାଇଙ୍କ ସହିତ ଆସି ସକାଳେ ଫାଣ୍ଡିରେ ଅଭିଯୋଗ କରିଥିଲେ।
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର
ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…
ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ
କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…
ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍
ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…
ରାସ୍ତାରେ ଷ୍ଟଣ୍ଟ୍ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ
ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର
ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…
ସମ୍ବଲପୁର ସର୍କଲ ଜେଲ୍ରେ ରାଜସ୍ଥାନ ପୋଲିସ
ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍ରେ ଥିବା ଦୁର୍ଦ୍ଦାନ୍ତ…
ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ
ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…
ବାଇକ୍କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର
ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…
Archives

