ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା : ପୋଲିସକୁ ତଥ୍ୟ ମାଗିଲେ ଶ୍ରମ ଅଧିକାରୀ

ପୁରୀ ଅଫିସ, ୯।୮: ରଥଯାତ୍ରା ସମୟରେ ଗତ ଜୁଲାଇ ୮ତାରିଖ ରାତିରେ ପୁରୀ ବସ୍‌ଷ୍ଟାଣ୍ଡରେ ଏକ ଯାତ୍ରୀବାହୀ ବସ୍‌ରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ କୁମ୍ଭାରପଡ଼ା ଥାନା ପୋଲିସ ସମ୍ପୃକ୍ତ ବସ୍‌ ହେଲ୍‌ପରଙ୍କୁ ଗିରଫ କରିଛି। ତେବେ ପୋଲିସକୁ ବୟାନ ଦେବା ବେଳେ ନାବାଳିକା ଜଣଙ୍କ ଏକ ୱାଟର ପାର୍କରେ କାମ କରୁଥିବା କହିଥିଲେ। ଏହାକୁ ଭିତ୍ତିକରି ସିଡବ୍ଲ୍ୟୁସି ଜିଲା ଶ୍ରମ ଅଧିକାରୀଙ୍କୁ ରିପୋର୍ଟ ମାଗିଥିଲା। ତେଣୁ ଜିଲା ଶ୍ରମ ଅଧିକାରୀ ନାବାଳିକା କାମ କରୁଥିବା ୱାର୍ଟର ପାର୍କ ଏବଂ ଭୁବନେଶ୍ୱରର ଏକ ଆଉଟ୍‌ ସୋର୍ସିଂ ସଂସ୍ଥା (ସମ୍ପୃକ୍ତା ନାବାଳିକାଙ୍କୁ ଆଣି ୱାର୍ଟର ପାର୍କରେ ନିଯୁକ୍ତି ଦେଇଥିବା ସଂସ୍ଥା)ମୁଖ୍ୟଙ୍କୁ ନୋଟିସ ଜାରି କରିଥିଲେ। ଶିଶୁ କିଶୋର ଶ୍ରମିକ ନିରାକରଣ ଆଇନ ଅନୁଯାୟୀ ଏହି ନୋଟିସ ଜାରି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୱାର୍ଟର ପାର୍କ କର୍ତ୍ତୃପକ୍ଷ ଜବାବ ଦାଖଲ କରିସାରିଛନ୍ତି। କିନ୍ତୁ ଆଉଟ୍‌ ସୋର୍ସିଂ ସଂସ୍ଥା ମୁଖ୍ୟ ଜବାବ ଦେଇନାହାନ୍ତି। ତେଣୁ ଜିଲା ଶ୍ରମ ଅଧିକାରୀ ଅଭିଯୋଗର ନକଲ, ନାବାଳିକାଙ୍କ ବୟାନ ଏବଂ ବୟସ ସମ୍ପର୍କିତ ତଥ୍ୟ ପ୍ରଦାନ କରିବାକୁ ଗୁରୁବାର କୁମ୍ଭାରପଡ଼ା ଥାନା ପୋଲିସକୁ ରିପୋର୍ଟ ମାଗିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri