ଆଦିବାସୀଙ୍କୁ ମିଳିନି ସହାୟତା, ପତ୍ରରେ ତିଆରି ମାସ୍କ ସାହାରା

ଛତ୍ରପୁର,୧୯ା୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ ଆଦିବାସୀମାନେ ଜଙ୍ଗଲ ଜମି ଅଧିକାରଠାରୁ ଆରମ୍ଭ କରି ପାଣି, ବିଭିନ୍ନ ସରକାରୀ ସହାୟତା ଆଦି ପାଇବାରୁ ବଞ୍ଚିତ ଥିବାବେଳେ ବର୍ତ୍ତମାନର ଲକ୍‌ଡାଉନ ସମସ୍ୟା ଦ୍ୱିଗୁଣିତ କରିଛି। ଏମାନେ କାମ ପାଇଁ ଘରୁ ବାହାରକୁ ବାହାରି ପାରୁନାହାନ୍ତି। ମହାମାରୀ କରୋନା ସମ୍ପର୍କରେ କେତେଜଣ ମାତ୍ର ଗାଁକୁ ଯାଇ ଲୋକଙ୍କୁ ସଚେତନ କରିଛନ୍ତି। ଆଦିବାସୀଙ୍କ ପାଖରେ ମାସ୍କ ନାହିଁ। ତେଣୁ ପତ୍ରରେ ମାସ୍କ ତିଆରି କରି ପିନ୍ଧୁଛନ୍ତି। ଏବେଠୁ ଆଦିବାସୀମାନେ ଜଳକଷ୍ଟ ଭୋଗିଲେଣି।
ବେଗୁନିଆପଡ଼ା ବ୍ଲକରେ ପାହାଡ଼ ଉପରେ ଥିବା ୧୯ଟି ଆଦିବାସୀ ଗାଁରେ ଥିବା ଲୋକେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀ ଆଣିବାକୁ ୧୫ କି.ମି. ଦୂର ଯିବାକୁ ପଡ଼ୁଛି। ଆଦିବାସୀଙ୍କ ପ୍ରତି ସରକାରଙ୍କ ଦୃଷ୍ଟି ଦିଅନ୍ତୁ ବୋଲି ନିରଞ୍ଜନ ଶବର, ଜଗବନ୍ଧୁ ଶବର, ବୁଦ୍ଧିଆ ଶବର, ଲକ୍ଷ୍ମଣ ଶବର ପ୍ରମୁଖ ଦାବି କରିଛନ୍ତି। ସେହିପରି ଜଗନ୍ନାଥପ୍ରସାଦ, ବେଗୁନିଆପଡା, ପାତ୍ରପୁର, ସୋରଡ଼ା, ଧରାକୋଟ, ଖଲ୍ଲିକୋଟ, ଦିଗପହଣ୍ଡି, ପୋଲସରା ଆଦି ୧୬ଟି ବ୍ଲକରେ ବସବାସ କରୁଥିବା ଆଦିବାସୀମାନେ ନଦୀ, ଝରଣାରୁ ପିଇବା ପାଣି ଆଣୁଛନ୍ତି। କେତେକ ଆଦିବାସୀ ପରିବାର ରାଶନ, ସରକାରୀ ସହାୟତା ପାଇ ନ ଥିବା ଅଭିଯୋଗ ହୋଇଛି। ଆଧାର ନମ୍ବର ରାଶନ କାର୍ଡ ସହ ଲିଙ୍କ ହୋଇ ନ ଥିବାରୁ କେତେକ ସହାୟତା ପାଇନାହାନ୍ତି। ଏମ୍‌ଜିଏନଜିଆରଏସ୍‌ରେ ପୋଖରୀ ଓ ଜମି କାମ ଏବଂ କୂଅ ଖନନ କାର୍ଯ୍ୟ ଆଦିବାସୀଙ୍କୁ ଯୋଗାଇଦେବାକୁ ଋଷିକୂଲ୍ୟା ରୟତ ମହାସଭାର ସୀମାଞ୍ଚଳ ନାହାକ ଜିଲାପାଳଙ୍କୁ ପଠାଇଥିବା ସ୍ମାରକପତ୍ରରେ ଉଲ୍ଲେଖ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri