Posted inଜାତୀୟ

ଆଧାର ସଂଶୋଧନ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୩ା୬: ଆସନ୍ତା ୧୭ରୁ ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ସେଥିରେ ଆଧାର ଏବଂ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌, ୨୦୧୯ ଆଗତ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ବସି ଆଧାର ସଂଶୋଧନ ବିଲ୍‌କୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ସଂଶୋଧନ ବଳରେ ଜଣେ ସ୍ବେଚ୍ଛାକୃତ ଭାବେ ଚାହିଁଲେ ଆଧାରକୁ ବ୍ୟାଙ୍କ, ଟେଲିକମ୍‌ କମ୍ପାନୀ ଭଳି ଘରୋଇ ସଂସ୍ଥାରେ ପରିଚୟପତ୍ର ଭାବେ ବ୍ୟବହାର କରିପାରିବେ। ବିଲ୍‌ ଆଇନରେ ପରିଣତ ହେଲେ ସରକାର ଆଣିଥିବା ଅଧ୍ୟାଦେଶ ସ୍ଥାନରେ ଏହା କାର୍ଯ୍ୟକାରୀ ହେବ। ଏଥିସହିତ ସଂଶୋଧିତ ବିଲ୍‌ ଅନୁଯାୟୀ ଜଣେ ପିଲା ଚାହିଁଲେ ୧୮ ବର୍ଷ ବୟସରେ ଆଧାର ବ୍ୟବସ୍ଥାରୁ ଓହରିଯାଇପାରିବ। ଗତ ମାର୍ଚ୍ଚ ୨ରେ ସରକାର ଆଣିଥିବା ଅଧ୍ୟାଦେଶର ସମସ୍ତ ପ୍ରସ୍ତାବ ନୂଆ ବିଲ୍‌ରେ ରହିଛି। ବର୍ତ୍ତମାନ ଆଧାର ଆଇନରେ ରହିଥିବା ଧାରା ୫୭, ଯାହା ଘରୋଇ ସଂସ୍ଥାରେ ଆଧାର ବ୍ୟବହାରକୁ ବାରଣ କରୁଛି, ତାହାକୁ ଉଚ୍ଛେଦ କରାଯିବା ପ୍ରସ୍ତାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri