ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ: କର୍ମଚାରୀଙ୍କୁ ମାଡ଼ ମାରି ଯୁବକ ଫେରାର

ବାଲେଶ୍ୱର ଅଫିସ, ୨୫।୧୨-ନୂତନ ଆଧାର କାର୍ଡ କରିବାର ବିଳମ୍ବ ହେବାରୁ ବାଲେଶ୍ୱର ଜିଲାପାଳ ଅଫିସ୍‌ ପରିସର ସରକାରୀ ଗୃହରେ ଓକାକ୍‌ ଦ୍ୱାରା ଅନୁମୋଦିତ ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ ଘଟିଛି। କର୍ମଚାରୀଙ୍କ ସହ ଜଣେ ଯୁବକ ପାଟିତୁଣ୍ଡ କରିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଯୁବକ ଜଣକ କର୍ମଚାରୀଙ୍କ ସମେତ କେନ୍ଦ୍ରକୁ ଆସିଥିବା କେତେକ ହିତାଧିକାରୀଙ୍କୁ ମଧ୍ୟ ମାରପିଟ୍‌ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ପହଞ୍ଚତ୍ ଅଭିଯୋଗକୁ ଆଧାର କରି ତଦନ୍ତ ଆରମ୍ଭ କରିଛି।
ଆଧାର କେନ୍ଦ୍ରରେ ସୁପରଭାଇଜର ରିଫତ ଆମେରା ଫିରଦୋସ୍‌ ଏବଂ କମ୍ପ୍ୟୁଟର ଅପରେଟର ଦୀନବନ୍ଧୁ ଦାସ କାର୍ଯ୍ୟ କରୁଥିଲେ। ଟାଉନ ଥାନା ଅଧୀନ ମୋତିଗଞ୍ଜ ଅଞ୍ଚଳର ରବି ବେହେରା (୨୮) ନୂତନ ଆଧାରକାର୍ଡ଼ ପାଇଁ ପହଞ୍ଚିଥିଲେ। ପୂର୍ବରୁ ହୋଇଥିବା ପଞ୍ଜିକରଣ ନାମ ଅନୁସାରେ କେନ୍ଦ୍ରର କର୍ମଚାରୀମାନେ ଆଧାରକାର୍ଡ଼ ପାଇଁ ଅନଲାଇନ୍‌ରେ କାର୍ଯ୍ୟ କରୁଥିବା ବେଳେ ରବି ପ୍ରଥମେ କରିବା ପାଇଁ କର୍ମଚାରୀଙ୍କୁ କହିଥିଲେ। ସେମାନେ ଏହାକୁ ମନା କରିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ରବି ସେମାନଙ୍କୁ ଅକଥନୀୟ ଭାଷାରେ ଗାଳିଗୁଲଜ କରିଥିଲେ। ଏହାକୁ ପ୍ରତିବାଦ କରିବାରୁ ରବି ଉତ୍‌କ୍ଷିପ୍ତ ହୋଇ ଉଭୟ ମହିଳା ଓ ପୁରୁଷ କର୍ମଚାରୀଙ୍କୁ ମାର୍‌ପିଟ୍‌ କରିଥିଲେ। ଉପସ୍ଥିତ ଅନ୍ୟ ହିତାଧିକାରୀମାନେ ଏହାର ପ୍ରତିବାଦ କରିବାରୁ ସେମାନେ ମଧ୍ୟ ଛାଡ ପାଇ ନ ଥିଲେ। ପରେ ମହିଳା କର୍ମଚାରୀଙ୍କୁ ଜୀବନରୁ ମାରିଦେବାର ଧମକ ଦେଇ ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ବା ପୂର୍ବରୁ ରବି ଫେରାର ହୋଇଯାଇଥିଲେ। ଏନେଇ ସହଦେବଖୁଣ୍ଟା ମଡ଼େଲ ଥାନାରେ ସୁପରଭାଇଜର ରିଫତ ଆମେରା ଫିରଦୋସ୍‌ ଲିଖିତ ଅଭିଯୋଗ କରିବା ପରେ ଏକ ମାମଲା (ନଂ. ୩୯୯/୧୯) ରୁଜୁ କରାଯାଇଛି। ଏହାର ତଦନ୍ତ କରାଯାଉଥିବା ଇନ୍ସପେକ୍ଟର ବିରଞ୍ଚତ୍ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ: ବିବିଏରେ ଗୁନଗୁନ, ବିସିଏରେ ସଲୋନୀ ଟପ୍ପର…

ଭବାନୀପାଟଣା,୩୦।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ ପୁଣିଥରେ ଉତ୍କୃଷ୍ଟ ଶିକ୍ଷାଗତ ସଫଳତା ହାସଲ କରିଛି। ମା’ ମାଣିକେଶ୍ୱରୀ…

ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା: କେଭିନ୍ ଭିତରେ ଛାତରୁ ଖସିଲା ସିଲିଂ, ମହିଳା ରୋଗୀ

ପାରଳାଖେମୁଣ୍ଡି, ୩୦।୫ (ଗିରିଧାରୀ ପରିଛା): ଗଜପତି  ଜିଲା  ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ମେଡିକାଲକୁ ଚିକିତ୍ସା…

ଦାରିଙ୍ଗବାଡିରେ ଭୋଟ ପରିଚୟପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଆରମ୍ଭ: ବିଭିନ୍ନ ବୁଥ୍ ବୁଲି ସମୀକ୍ଷା କଲେ ବିଡ଼ିଓ

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଠାରୁ ଭୋଟ ପରିଚୟ ପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri