ଆଧୁନିକୀକରଣ କାର୍ଯ୍ୟ ଯୋଗୁ ପ୍ରଭାବିତ ହେବ ଟ୍ରେନ୍‌ ଚଳାଚଳ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ରେଳପଥର ଦାନାପୁର ରେଳମଣ୍ଡଳ ଅନ୍ତର୍ଗତ କିଉଲ ଷ୍ଟେଶନଠାରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ପୂର୍ବତଟ ରେଳପଥକୁ ଆସୁଥିବା ଏବଂ ଏହାର ପରିସୀମାରୁ ଛାଡ଼ିବାକୁ ଥିବା କେତେକ ଟ୍ରେନକୁ ବାତିଲ ଓ ମାର୍ଗ ପରିବର୍ତ୍ତନ କରାଯାଇଛି। ପୁରୀ-ଜୟନଗର-ପୁରୀ ଏକ୍ସପ୍ରେସ ପୁରୀଠାରୁ ମାର୍ଚ୍ଚ ୧୯ ଓ ୨୬ ଏବଂ ଜୟନଗରଠାରୁ ମାର୍ଚ୍ଚ ୨୧ ଓ ୨୮ରେ ଉଭୟ ଦିଗରୁ ବାତିଲ ରହିବ। ସେହିଭଳି ପୁରୀ-ପାଟନା-ପୁରୀ ଏକ୍ସପ୍ରେସ ପୁରୀଠାରୁ ମାର୍ଚ୍ଚ ୨୩ ଓ ୩୦ ଏବଂ ପାଟନାଠାରୁ ମାର୍ଚ୍ଚ ୨୫ ଓ ଏପ୍ରିଲ ୧ ଦିନ ଏହାର ସ୍ଥିରୀକୃତ ମାର୍ଗ ବର୍ଣ୍ଣପୁର-ଆସାନସୋଲ-ଚିତ୍ତରଞ୍ଜନ-ଜାଶିଡ଼ିହ-କିଉଲ-ବକ୍ତିଆରପୁର ମାର୍ଗରେ ନ ଯାଇ ପରିବର୍ତ୍ତିତ ମାର୍ଗ ଭାୟା ଆଦ୍ରା-ଗୋମୋ-ଗୟା ମାର୍ଗଦେଇ ଚଳାଚଳ କରିବ। ଏର୍ଣ୍ଣାକୁଲମ-ପାଟନା-ଏର୍ଣ୍ଣାକୁଲମ ଏକ୍ସପ୍ରେସ ଏର୍ଣ୍ଣାକୁଲମଠାରୁ ମାର୍ଚ୍ଚ ୧୭ ରୁ ୩୧ ମଧ୍ୟରେ ଏବଂ ପାଟନାଠାରୁ ମାର୍ଚ୍ଚ ୧୯ରୁ ଏପ୍ରିଲ ୨ ମଧ୍ୟରେ ଏହାର ସ୍ଥିରୀକୃତ ମାର୍ଗ ଆସାନସୋଲ-ଚିତ୍ତରଞ୍ଜନ-ଜାଶିଡ଼ିହ-କିଉଲ-ବକ୍ତିଆରପୁର ମାର୍ଗରେ ନ ଯାଇ ପରିବର୍ତ୍ତିତ ମାର୍ଗ ଭାୟା ରାଜବେରା-ଗୋମୋ-ଗୟା ମାର୍ଗ ଦେଇ ଉଭୟ ପାର୍ଶ୍ୱରୁ ଚଳାଚଳ କରିବ। ଅନ୍ୟପକ୍ଷରେ ଯଶୋବନ୍ତପୁର-ଭାଗଲପୁର-ଯଶୋବନ୍ତପୁର ଏକ୍ସପ୍ରେସ ଉଭୟ ଯଶୋବନ୍ତପୁର ଓ ଭାଗଲପୁରଠାରୁ ଫେବୃୟାରୀ ୨୬ରୁ ଏପ୍ରିଲ ୨ ମଧ୍ୟରେ ଆସାନସୋଲ-ଜାଶିଡ଼ିହ-କିଉଲ-ଜମଲପୁର ମାର୍ଗ ପରିବର୍ତ୍ତେ ବର୍ଦ୍ଧମାନ-ରାମପୁର ହାଟ-ସାହିବ ଗଞ୍ଜ ମାର୍ଗ ଦେଇ ଚଳାଚଳ କରିବ ବୋଲି ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri