Posted inଖେଳ

ଆନନ୍ଦଙ୍କ ପ୍ରଥମ ବିଜୟ

ଇନ୍ଧୋଭେନ୍‌ (ନେଦରଲାଣ୍ଡ୍ସ), ୧୮ା୧ (ପି.ଟି.)-୫ଥର ବିଶ୍ୱ ଚାମ୍ପିୟନ ବିଶ୍ୱନାଥନ ଆନନ୍ଦ ଟାଟା ଷ୍ଟିଲ୍‌ ମାଷ୍ଟର୍ସ ଚେସ୍‌ ଟୁର୍ନାମେଣ୍ଟରେ ତାଙ୍କର ପ୍ରଥମ ବିଜୟ ହାସଲ କରିଛନ୍ତି। ଶୁକ୍ରବାର ସେ ଯୁକ୍ତରାଷ୍ଟ୍ର ଆମେରିକାର ଜେଫ୍ରି ଜିଅଙ୍ଗ୍‌ଙ୍କୁ ହରାଇ ଦେଇଛନ୍ତି। ଏହା ପୂର୍ବରୁ ଆନନ୍ଦ ଖେଳିସାରିଥିବା ୪ଟି ଗେମ୍‌ ମଧ୍ୟରୁ ୩ଟି ଡ୍ର ରଖିଥିବାବେଳେ ଗୋଟିଏରେ ପରାଜିତ ହୋଇଛନ୍ତି। ଶୁକ୍ରବାର ବିଜୟ ଦ୍ୱାରା ଆନନ୍ଦ ୨.୫ ପଏଣ୍ଟ ସହ ମିଳିତ ୬ଷ୍ଠ ସ୍ଥାନରେ ଅଛନ୍ତି। ଫିରୋଜା ଆଲିରେଜା ନେଦରଲାଣ୍ଡ୍ସର ଆନିଶ ଗିରିଙ୍କ ବିପକ୍ଷରେ ଚମକପ୍ରଦ ବିଜୟ ହାସଲ କରିଛି। ଇରାନର ଏହି ଖେଳାଳି ଅଳ୍ପ କେତେଦିନ ହେଲା ଫିଡେ ଅଧୀନରେ ଖେଳୁଛନ୍ତି। ବର୍ତ୍ତମାନ ସେ ୩.୫ ପଏଣ୍ଟ ଅର୍ଜନ କରି ଯୁକ୍ତରାଷ୍ଟ୍ର ଆମେରିକାର ଓ୍ବେସ୍‌ଲେ ସୋ’ଙ୍କ ସହିତ ମିଳିତ ଅଗ୍ରଣୀ ଲାଭ କରିଛନ୍ତି। ଉଭୟେ ସେମାନଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ରୁଷିଆର ଭ୍ଲାଡିସ୍ଲାଭ ଆର୍ଟେମିଭ୍‌, ଯୁକ୍ତରାଷ୍ଟ୍ର ଆମେରିକାର ଫାବିଆନୋ କାରୁଆନା ଏବଂ ନେଦରଲାଣ୍ଡର ଜୋର୍ଡେନ ଭାନ୍‌ ଫୋରିଷ୍ଟଙ୍କଠାରୁ ମାତ୍ର ଅଧା ପଏଣ୍ଟ ଆଗରେ ରହିଛନ୍ତି। ଏହା ପଛକୁ ପ୍ରତ୍ୟେକ ୨.୫ ପଏଣ୍ଟ ସହ ଆନନ୍ଦ, ବିଶ୍ୱ ଚାମ୍ପିୟନ ନରଓ୍ବେର ମାଗ୍ନେସ କାର୍ଲସେନ୍‌, ପୋଲାଣ୍ଡର ଜାନ୍‌-କ୍ରିଜଫ୍‌ ଡୁଡା, ରୁଷିଆର ଡୁବୋଭ ଡାନିଲ ଏବଂ ଜିଅଙ୍ଗ ରହିଛନ୍ତି। ପରାଜୟ ଦ୍ୱାରା ଆନିଶ ଗିରି ୨ ପଏଣ୍ଟ ସହ ୧୧ତମ ସ୍ଥାନକୁ ଖସି ଆସିଛନ୍ତି। ରୁଷିଆର ନିକିତା ଭଟ୍ବିଗୋଭ୍‌ ମଧ୍ୟ ସମାନ ପଏଣ୍ଟ ସହ ଏହି ସ୍ଥାନରେ ଅଛନ୍ତି। ଚାଇନାର ୟୁ ୟାନଗି ୧.୫ ପଏଣ୍ଟ ସହ ୧୩ତମ ସ୍ଥାନରେ ରହିଥିବାବେଳେ କୋଭାଲେଭ୍‌ ମାତ୍ର ଏକ ପଏଣ୍ଟ ସହ ଟେବୁଲର ସର୍ବନିମ୍ନ ସ୍ଥାନରେ ଅଛନ୍ତି। ୧୪ଜଣ ଖେଳାଳିଙ୍କୁ ନେଇ ଏହି ମାରାଥନ ଇଭେଣ୍ଟର ଆହୁରି ୮ ରାଉଣ୍ଡ ଖେଳ ବାକିି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri