ଆନ୍ତଃରାଜ୍ୟ ହକି ଟୁର୍ନାମେଣ୍ଟ ଜିତିଲା ସୁନ୍ଦରଗଡ

ଉଲୁଣ୍ଡା, ୮ା୧(ଡି.ଏନ.ଏ.) – ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଏସ.ପତ୍ରାପାଲି ପଞ୍ଚାୟତର ଗିନ୍ଦିଲ୍ଲାମାଲଠାରେ ଉଲୁଣ୍ଡା ଯୁବ ମହାସଂଘ ଏବଂ ଆଦିବାସୀ ବିକାଶ କ୍ଲବ ମିଳିତ ଆନୁକୂଲ୍ୟରେ ଗତ ଚାରଦିନ ଧରି ଚାଲିଥିବା ଆନ୍ତଃରାଜ୍ୟ ହକି ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ଖେଳରେ ସୁନ୍ଦରଗଡ ଦଳ ରେଢାଖୋଲକୁ ଟାଇବ୍ରେକର ୭-୬ ଗୋଲରେ ପରାସ୍ତ କରି ଚାମ୍ପିୟନ ହୋଇଛି। ପ୍ରଥମ ସେମିଫାଇନାଲରେ ସୁନ୍ଦରଗଡ ଦଳ ସମ୍ବଲପୁରକୁ ୩-୧ ଗୋଲରେ ହରାଇଥିବା ବେଳେ ଦ୍ୱିତୀୟ ସେମିରେ ରେଢାଖୋଲ ଦଳ ୨-୧ଗୋଲରେ ଝାରସୁଗୁଡାକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା। ଫାଇନାଲ ଖେଳ ସଂଘର୍ଷପୂର୍ଣ୍ଣ ହୋଇଥିଲା। ନିର୍ଦ୍ଧାରିତ ସମୟରେ ଖେଳ ଗୋଲଶୂନ୍ୟ ଭାବରେ ସମାପ୍ତ ହେବାରୁ ମ୍ୟାଚ ରେଫରି ଟାଇବ୍ରେକରର ସହାୟତା ନେଇଥିଲେ। ଖେଳକୁ ଜୋହନ ବାରଲା, ଜୋଲସେନ ହର, ସୁଲେମାନ ଲମଙ୍ଗା, ଜସେବ ବାର୍ଯ୍ୟୋ ପରିଚାଳନା କରିଥିଲେ। ଆଦିବାସୀ କ୍ଲବ ଗିନ୍ଦିଲ୍ଲାମାଲର ସଭାପତି ନିଲାନ କୁର୍ତ୍ତୀଙ୍କ ଅଧ୍ୟକ୍ଷତା ଏବଂ ଉଲୁଣ୍ଡା ଯୁବମହାସଂଘ ସଭାପତି ପ୍ରମୋଦ ପଧାନଙ୍କ ସଂଯୋଜନାରେ ହୋଇଥିବା ପୁରସ୍କାର ବିତରଣ ଉତ୍ସବରେ ସାମାଜିକ କର୍ମୀ ସନାତନ ମହାଲିଗ, ବ୍ଲକ କ୍ରୀଡା ସଂଯୋଜକ ଉରୁକ୍ରମ ପାଣ୍ଡିଆ, କମଳ ରଞ୍ଜନ ପରିଛା, ସଞ୍ଜୀବ କୁମାର ପାଣିଗ୍ରାହୀ, କୁଶ ବଘାର ପ୍ରମୁଖ ଅତିଥିଭାବେ ଯୋଗଦେଇ ବିଜେତା ସୁନ୍ଦରଗଡ ଏବଂ ଉପବିଜେତା ରେଢାଖୋଲକୁ ଟ୍ରଫିସହ ପୁରସ୍କାର ପ୍ରଦାନ କରିଥିଲେ। ମ୍ୟାନ ଅଫ ଦ ମ୍ୟାଚ ଭାବେ ରେଢାଖୋଲର ପ୍ରସନ୍ନ ବିଲୁଙ୍ଗ ଓ ମ୍ୟାନ ଅଫ ଦ ଟୁର୍ନାମେଣ୍ଟଭାବେ ସୁନ୍ଦରଗଡର ରତିଆ ସୋରେନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ଅବସରରେ ସ୍ଥାନୀୟ ଆଦିବାସୀ ଝିଅମାନେ ପାରମ୍ପରିକ ଆଦିବାସୀ ନୃତ୍ୟ ପରିବେଷଣ କରିଥିଲେ। ଚାରିଦିନ ଧରି ଚାଲିଥିବା ଟୁର୍ନାମେଣ୍ଟରେ ଉଲୁଣ୍ଡା ଯୁବ ମହାସଂଘ ଏବଂ ଆଦିବାସୀ ବିକାଶ କ୍ଲବର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri