ଆନ୍ତର୍ଜାତିକ ଗ୍ରୀନ୍‌ ୱାକାଥନ ଲୋଗୋ ଉନ୍ମୋଚିତ

ଭୁବନେଶ୍ୱର, ୭ା୮(ବ୍ୟୁରୋ): ପ୍ରେରଣା ଓ ସ୍ମାଇଲ୍‌ ପ୍ଲିଜ୍‌ର ମିଳିତ ସହଯୋଗରେ ଆସନ୍ତା ୧୧ ତାରିଖରେ ଖୋର୍ଦ୍ଧା ଜିଲା ରାମେଶ୍ୱରଠାରେ ଆନ୍ତର୍ଜାତିକ ଗ୍ରୀନ୍‌ ୱାକାଥନ ଅନୁଷ୍ଠିତ ହେବ। ଏହି ୱାକାଥନର ଲୋଗୋ ମଙ୍ଗଳବାର ଉନ୍ମୋଚିତ ହୋଇଛି। ରାଜଭବନରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହାକୁ ଉନ୍ମୋଚନ କରି କହିଲେ, ଆମର ସ୍ଥିତି ବୃକ୍ଷ ଉପରେ ନିର୍ଭରଶୀଳ। ବୃକ୍ଷକୁ ନେଇ ଆମର ସଂସ୍କୃତି, ପରମ୍ପରା ଓ ଅଧ୍ୟାତ୍ମ ଦର୍ଶନ ତିଷ୍ଠି ରହିଛି। ବ୍ୟାପକ ବୃକ୍ଷରୋପଣ ଓ ତା’ର ଯତ୍ନ କରିବାକୁ ରାଜ୍ୟପାଳ ପ୍ରଫେସର ଲାଲ ପରାମର୍ଶ ଦେଇଛନ୍ତି।
ପ୍ରେରଣା ଅଧ୍ୟକ୍ଷ ଦିଲୀପ ଶ୍ରୀଚନ୍ଦନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ କହିଲେ, ବର୍ତ୍ତମାନ ପରିବେଶ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ ତଥା ଉତ୍ତାପ ବୃଦ୍ଧିଜନିତ ସମସ୍ୟା ଦିନକୁ ଦିନ ଉତ୍କଟ ହେବାରେ ଲାଗିଛି। ତେଣୁ ବ୍ୟାପକ ବୃକ୍ଷରୋପଣ ଓ ଜଙ୍ଗଲ ସୁରକ୍ଷା ତଥା ସୁସ୍ଥ ପରିବେଶ ସୁସ୍ଥ ଜୀବନ ସମ୍ପର୍କରେ ଜନସଚେତନତା ସୃଷ୍ଟି ପାଇଁ ଏହି ୱାକାଥନ ଆୟୋଜନ କରାଯାଇଛି। ଏଥିରେ ଦେଶ, ବିଦେଶ ତଥା ରାଜ୍ୟରୁ ଏକ ହଜାରରୁ ଅଧିକ ପ୍ରତିନିଧି ଯୋଗଦେବେ। ଜନପ୍ରତିନିଧି, ସାହିତି୍ୟକ, ସାମାଜିକ କର୍ମୀ, ଅଭିନେତ୍ରୀ-ଅଭିନେତା, କଣ୍ଠଶିଳ୍ପୀ, ଚିତ୍ରଶିଳ୍ପୀ ପ୍ରମୁଖ ସମାଜର ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ସାମିଲ ହେବେ। ଏହି ଲୋଗୋ ଉନ୍ମୋଚନ ଉତ୍ସବରେ ଓଡ଼ିଶା ବୀର ମହାସଂଘ ସଭାପତି ପ୍ରକାଶ ଶ୍ରୀଚନ୍ଦନ, ଅଭିନେତ୍ରୀ ଅର୍ଚ୍ଚିତା ସାହୁ, ଅଧ୍ୟାପିକା ଅନୁପମା ଚମ୍ପତିରାୟ, ଅଭିନେତା ସବ୍ୟସାଚୀ ମିଶ୍ର, ସ୍ମାଇଲ ପ୍ଲିଜ୍‌ ସମ୍ପାଦକ ରୁଷି ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri