ଆନ୍ଦୋଳନରୁ ଓହରିଲା ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ: ନଭେମ୍ବର ୪ରେ କାର୍ଯ୍ୟରେ ଯୋଗଦେବେ ଓକିଲ

କଟକ ଅଫିସ,୧।୧୧: ବିଭିନ୍ନ ଦାବି ନେଇ ପ୍ରାୟ ଦୁଇ ମାସ ଧରି ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ପକ୍ଷରୁ ଜାରି ରହିଥିବା କୋର୍ଟ ବର୍ଜନ ଆନ୍ଦୋଳନରୁ ଓହରିବାକୁ ଶୁକ୍ରବାର ନିଷ୍ପତ୍ତି ନିଆଯାଇଛି। ଫଳରେ ନଭେମ୍ବର ୪ ତାରିଖରୁ କାର୍ଯ୍ୟରେ ଯୋଗଦେବେ ଓକିଲ। ହାଇକୋର୍ଟ ବାର୍‌ ଆସୋସିଏଶନ୍‌ର ସାଧାରଣ ପରିଷଦ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, କଲେଜିୟମ ବ୍ୟବସ୍ଥାରେ ସୁଧାର, ନ୍ୟାଶନାଲ ଜୁଡ଼ିସିଆଲ ଆପଏଣ୍ଟମେଣ୍ଟ କମିଶନଙ୍କ ଦ୍ୱାରା ହାଇକୋର୍ଟ ବିଚାରପତି ନିଯୁକ୍ତି, ଓଡ଼ିଶା ହାଇକୋର୍ଟ ଏବଂ ନିମ୍ନ ଅଦାଲତରେ ଖାଲି ପଡ଼ିଥିବା ବିଚାରପତି ପଦବୀ ପୂରଣ ଆଦି ଦାବି ନେଇ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ଆନ୍ଦୋଳନ ଚାଲିଛି। ଆସୋସିଏଶନ ପକ୍ଷରୁ ପ୍ରଥମେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଅଦାଲତ ବର୍ଜନ କରାଯାଇଥିଲା। ଗତ ୧୪ ତାରିଖରେ ହାଇକୋର୍ଟଙ୍କ ସମସ୍ତ ଖଣ୍ଡପୀଠଙ୍କ ଅଦାଲତକୁ ଆଇନଜୀବୀ ବର୍ଜନ କରିଥିଲେ। ପରେ ଏହି ଆନ୍ଦୋଳନରେ ରାଜ୍ୟର ସମସ୍ତ ବାର୍‌ ଆସୋସିଏଶନ ସାମିଲ ହୋଇଥିଲେ। ଏ ନେଇ ହାଇକୋର୍ଟଙ୍କ ରେଜିଷ୍ଟ୍ରାର ଜେନେରାଲ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ। ଏଥିରେ ହାଇକୋର୍ଟ ବାର୍‌ ସମେତ ରାଜ୍ୟର ୬୮ଟି ବାର୍‌ ଆସୋସିଏଶନକୁ ପକ୍ଷଭୁକ୍ତ କରିଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବା ସହ ଆନ୍ଦୋଳନରତ ଆଇନଜୀବୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦେଇଥିଲେ। ସେହିପରି ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ସମେତ ଅଦାଲତ ଅବମାନନା ମାମଲାରେ ପକ୍ଷଭୁକ୍ତ ସମସ୍ତ ୬୮ଟି ବାର୍‌ ଆସୋସିଏଶନକୁ ତୁରନ୍ତ ଆନ୍ଦୋଳନରୁ ଓହରିଯିବା ପାଇଁ ଗତ ୨୬ତାରିଖରେ ବିସିଆଇ ପକ୍ଷରୁ କୁହାଯାଇଥିଲା। ନଚେତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଥିଲା। ଏହାସତ୍ତ୍ବେ ଆନ୍ଦୋଳନ ଚାଲିବ ବୋଲି ହାଇକୋର୍ଟ ବାର୍‌ ଆସୋସିଏଶନ ସଭାପତି ମହାନ୍ତି କହଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri