ଆନ୍ଦୋଳନରୁ ଓହରିଲା ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ: ନଭେମ୍ବର ୪ରେ କାର୍ଯ୍ୟରେ ଯୋଗଦେବେ ଓକିଲ

କଟକ ଅଫିସ,୧।୧୧: ବିଭିନ୍ନ ଦାବି ନେଇ ପ୍ରାୟ ଦୁଇ ମାସ ଧରି ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ପକ୍ଷରୁ ଜାରି ରହିଥିବା କୋର୍ଟ ବର୍ଜନ ଆନ୍ଦୋଳନରୁ ଓହରିବାକୁ ଶୁକ୍ରବାର ନିଷ୍ପତ୍ତି ନିଆଯାଇଛି। ଫଳରେ ନଭେମ୍ବର ୪ ତାରିଖରୁ କାର୍ଯ୍ୟରେ ଯୋଗଦେବେ ଓକିଲ। ହାଇକୋର୍ଟ ବାର୍‌ ଆସୋସିଏଶନ୍‌ର ସାଧାରଣ ପରିଷଦ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, କଲେଜିୟମ ବ୍ୟବସ୍ଥାରେ ସୁଧାର, ନ୍ୟାଶନାଲ ଜୁଡ଼ିସିଆଲ ଆପଏଣ୍ଟମେଣ୍ଟ କମିଶନଙ୍କ ଦ୍ୱାରା ହାଇକୋର୍ଟ ବିଚାରପତି ନିଯୁକ୍ତି, ଓଡ଼ିଶା ହାଇକୋର୍ଟ ଏବଂ ନିମ୍ନ ଅଦାଲତରେ ଖାଲି ପଡ଼ିଥିବା ବିଚାରପତି ପଦବୀ ପୂରଣ ଆଦି ଦାବି ନେଇ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ଆନ୍ଦୋଳନ ଚାଲିଛି। ଆସୋସିଏଶନ ପକ୍ଷରୁ ପ୍ରଥମେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଅଦାଲତ ବର୍ଜନ କରାଯାଇଥିଲା। ଗତ ୧୪ ତାରିଖରେ ହାଇକୋର୍ଟଙ୍କ ସମସ୍ତ ଖଣ୍ଡପୀଠଙ୍କ ଅଦାଲତକୁ ଆଇନଜୀବୀ ବର୍ଜନ କରିଥିଲେ। ପରେ ଏହି ଆନ୍ଦୋଳନରେ ରାଜ୍ୟର ସମସ୍ତ ବାର୍‌ ଆସୋସିଏଶନ ସାମିଲ ହୋଇଥିଲେ। ଏ ନେଇ ହାଇକୋର୍ଟଙ୍କ ରେଜିଷ୍ଟ୍ରାର ଜେନେରାଲ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ। ଏଥିରେ ହାଇକୋର୍ଟ ବାର୍‌ ସମେତ ରାଜ୍ୟର ୬୮ଟି ବାର୍‌ ଆସୋସିଏଶନକୁ ପକ୍ଷଭୁକ୍ତ କରିଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବା ସହ ଆନ୍ଦୋଳନରତ ଆଇନଜୀବୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦେଇଥିଲେ। ସେହିପରି ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ସମେତ ଅଦାଲତ ଅବମାନନା ମାମଲାରେ ପକ୍ଷଭୁକ୍ତ ସମସ୍ତ ୬୮ଟି ବାର୍‌ ଆସୋସିଏଶନକୁ ତୁରନ୍ତ ଆନ୍ଦୋଳନରୁ ଓହରିଯିବା ପାଇଁ ଗତ ୨୬ତାରିଖରେ ବିସିଆଇ ପକ୍ଷରୁ କୁହାଯାଇଥିଲା। ନଚେତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଥିଲା। ଏହାସତ୍ତ୍ବେ ଆନ୍ଦୋଳନ ଚାଲିବ ବୋଲି ହାଇକୋର୍ଟ ବାର୍‌ ଆସୋସିଏଶନ ସଭାପତି ମହାନ୍ତି କହଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri