କଟକ ଅଫିସ,୨୭।୧: ପଶ୍ଚିମ ଓଡ଼ିଶାର ୪ ବାର୍ ଆସୋସିଏଶନ ବିଧିବଦ୍ଧ ଭାବେ କାର୍ଯ୍ୟବନ୍ଦ ଆନ୍ଦୋଳନରୁ ଓହରିଯାଇଛନ୍ତି। ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସୋନପୁର ବାର୍ ଆସୋସିଏଶନ, ବିନିକା ବାର୍ ଆସୋସିଏଶନ, ବୀରମହାରାଜପୁର ବାର୍ ଆସୋସିଏଶନ ଓ ତରଭା ବାର୍ ଆସୋସିଏଶନ ସେମାନଙ୍କର କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ପ୍ରତ୍ୟାହାର କରି ନେଇଛନ୍ତି। ଏହିସବୁ ବାର୍ ଆସୋସିଏଶନର ଆଇନଜୀବୀମାନେ ସୋମବାର କୋର୍ଟ କାର୍ଯ୍ୟରେ ଯୋଗଦାନ କରିଥିବା ଆଇନଜୀବୀ ପରିଷଦ ସୂଚନା ଦେଇଛିି। ରାଜଗାଙ୍ଗପୁର ବାର୍ ଆସୋସିଏଶନର ଆଇନଜୀବୀମାନେ ଆସନ୍ତା ୩ ତାରିଖରୁ କୋର୍ଟ କାର୍ଯ୍ୟରେ ଯୋଗଦାନ କରିବେ ବୋଲି ପରିଷଦ ପକ୍ଷରୁ କୁହାଯାଇଛି।
ସୂଚନାଥାଉକି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପଶ୍ଚିମ ଓଡ଼ିଶାର ୧୭ ବାର୍ ଆସୋସିଏଶନ କର୍ମକର୍ତ୍ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ବାର୍ କାଉନସିଲ ଅଫ୍ ଇଣ୍ଡିଆକୁ ଗତ ୨୨ ତାରିଖରେ ପ୍ରସ୍ତାବ ଦିଆଯାଇଥିଲା। ଏହି ପ୍ରସ୍ତାବରେ ପଶ୍ଚିମ ଓଡ଼ିଶାର ସେଣ୍ଟ୍ରାଲ ଆକ୍ସନ କମିଟିର କର୍ମକର୍ତ୍ତାଙ୍କ ନାମ ମଧ୍ୟ ଉଲ୍ଲେଖ କରାଯାଇଥିଲା। ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ସେଠାରେ ଓକିଲ ଆନ୍ଦୋଳନ ଚାଲିଛି। ମାତ୍ର ନିକଟରେ ଓକିଲ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଯେଉଁ ବାର୍ର ଓକିଲମାନେ ଆନ୍ଦୋଳନ ଜାରି ରଖିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କାର୍ଯ୍ୟାନୁଷ୍ଠାନ ସଦୃଶ ସମ୍ପୃକ୍ତ ଓକିଲମାନଙ୍କର ଲାଇସେନ୍ସ ରଦ୍ଦ କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି।
Posted inଆମ ଜିଲା ଖବର, କଟକ, ରାଜ୍ୟ View All
ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି
କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…
ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର
ପୁରୀ,୫ା୭(ଅଜିତ୍ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…
ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…
ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…
କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି
ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…
କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ
ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…
୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ
ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…
ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା
ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…
Archives

