ଆନ୍ଧ୍ର ପ୍ରଦେଶ ରାଜ୍ୟପାଳଙ୍କୁ ଡକ୍ଟରେଟ୍‌ ଉପାଧି

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ପଞ୍ଜାବର ମଣ୍ଡି ଗୋବିନ୍ଦଗଡ଼ସ୍ଥିତ ଦେଶ୍‌ ଭଗତ ବିଶ୍ୱବିଦ୍ୟାଳୟର ୭ମ ସମାବର୍ତ୍ତନ ଉତ୍ସବରେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଛନ୍ତି। ଏହି ଉତ୍ସବରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶ୍ୱଭୂଷଣଙ୍କୁ ଦେଶସେବାରେ ତାଙ୍କ ସହଭାଗିତା, ଜାତି ପ୍ରତି ଅତୁଳନୀୟ ଅବଦାନ ଏବଂ ସାଂସ୍କୃତିକ ଓ ସାହିତ୍ୟ ଆଦି କ୍ଷେତ୍ରରେ ସଫଳତା ପାଇଁ ଡକ୍ଟରେଟ୍‌ ଉପାଧିରେ ଭୂଷିତ କରାଯାଇଛି। ୧୯୬୨ରେ ବିଶ୍ୱଭୂଷଣ ଆଇନଜୀବୀ ଭାବେ ଓଡ଼ିଶା ହାଇକୋର୍ଟର ବାର୍‌ ଆସୋସିଏସନରେ ଯୋଗ ଦେଇଥିଲ। ଏହାପରେ ସେ ଓଡ଼ିଶା ରାଜ୍ୟ ବାର୍‌କାଉନ୍‌ସିଲ୍‌ର ଜଣେ ନିର୍ବାଚିତ ପ୍ରତିନିଧି ଭାବେ ନିର୍ବାଚିତ ହୋଇଥିଲେ। ୧୯୭୧ରେ ଭାରତୀୟ ଜନସଂଘରେ ଯୋଗଦାନ କରିଥିଲେ ଏବଂ ୧୯୭୭ରେ ଓଡ଼ିଶା ବିଧାନସଭାକୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ। ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରାଗାନ୍ଧୀଙ୍କ ଏକଛତ୍ରବାଦ ଶାସନ ବିରୋଧରେ ଜୟ ପ୍ରକାଶ ନାରାୟଣଙ୍କ ନେତୃତ୍ୱରେ ସାରାଭାରତରେ ଚାଲିଥିବା ଜରୁରୀକାଳୀନ ପରସ୍ଥିତି ସମୟରେ ଜନସଚେତନତା ସୃଷ୍ଟି କରି କାରାବରଣ କରିଥିଲେ। ସାହିତ୍ୟ କ୍ଷେତ୍ରରେ ମଧ୍ୟ ଜଣେ ନାଟ୍ୟକାର ଓ ସ୍ତମ୍ଭକାର ଭାବେ ସୁନାମ ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri