ପାତ୍ରପୁର,୩ା୫(ଡି.ଏନ୍.ଏ.)- ପାତ୍ରପୁର ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ୍ ଜିଲାର ବ୍ୟକ୍ତି ଶିକ୍ଷକତା କରୁଛନ୍ତି। ଲକ୍ଡାଉନ ଯୋଗୁ ଛୁଟି ଘୋଷଣା ପରେ ସେମାନେ ଘରକୁ ପଳାଇଥିଲେ। ଏବେ ଦରମା ବନ୍ଦ ହେବା ଖବର ପାଇ ପାତ୍ରପୁର ଫେରିଛନ୍ତି। କେତେଜଣ ସମ୍ପର୍କୀୟଙ୍କ ଘରେ ଓ ଆଉ କେତେଜଣ ଭଡାଘରେ ରହିଛନ୍ତି। ଶ୍ରୀକାକୁଲମ ଜିଲାରେ ୩ ଜଣ କରୋନା ପଜିଟିଭି ଚିହ୍ନଟ ହୋଇଥିବାରୁ ପାତ୍ରପୁରବାସୀ ଏବେ ଆନ୍ଧ୍ର ଶିକ୍ଷକଙ୍କୁ ନେଇ ଆତଙ୍କିତ ହୋଇ ପଡିଛନ୍ତି। ଚିଡିପୁଡି ବିଦ୍ୟାଳୟର ଜଣେ ଆନ୍ଧ୍ର ବାସିନ୍ଦା ଶିକ୍ଷୟିତ୍ରୀ ପାତ୍ରପୁରସ୍ଥିତ ନିଜ ଭଡ଼ା ଘରକୁ ଆସିଥିବାବେଳେ ସାହିଲୋକେ ପୁରାଇ ଦେଇ ନ ଥିଲେ। ପରେ ବିଡ଼ିଓ ପହଞ୍ଚତ୍ ଭଡ଼ାଘରେ ସଙ୍ଗରୋଧରେ ରହିବାକୁ କହିବାରୁ ପରିସ୍ଥିତି ଶାନ୍ତ ପଡିଥିଲା। ଆଉଜଣେ ଶିକ୍ଷକ ସପଙ୍ଗ ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ରହୁଥିବାବେଳେ ବୁରାତାଲ, ତୁମ୍ବା, ପାତ୍ରପୁର ଆଦି ବିଦ୍ୟାଳୟରେ ମଧ୍ୟ କେତେଜଣ ଶିକ୍ଷକ ରହୁଛନ୍ତି। ଏନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି। ବିଇଓ କୁରେଶୁ ସେଠୀଙ୍କୁ ପଚାରିବାରୁ, ଆମ ନଜରରେ ୧୦ ଜଣ ଆସିଛନ୍ତି। ଆମେ ସେମାନଙ୍କ ଦରମା ବନ୍ଦ କରିଛୁ, କେତେଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ହୋମ୍ କ୍ବାରାଣ୍ଟାଇନ ଓ ସଙ୍ଗରୋଧ ଗୃହରେ ରଖାଯାଇଛି। ନିଜଆଡୁ କ୍ୱାରାଣ୍ଟାଇନରେ ନ ରହିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…
ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…
ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍
ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…
ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ
ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ
ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…
ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…
ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…
ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ
ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…
ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ
ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…
ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…
Archives

