ଆନ୍ଧ୍ରପ୍ରଦେଶ ଗସ୍ତରେ କେନ୍ଦ୍ରମନ୍ତ୍ରୀ: ତୈଳ ଓ ଗ୍ୟାସ ପ୍ରକଳ୍ପରେ କରାଯିବ ବିପୁଳ ପୁଞ୍ଜିନିବେଶ: ଧର୍ମେନ୍ଦ୍ର

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଆନ୍ଧ୍ରପ୍ରଦେଶରେ ଆଗାମୀ ୫ବର୍ଷରେ ବିଭିନ୍ନ ପ୍ରକଳ୍ପ ପାଇଁ ବିପୁଳ ପୁଞ୍ଜିନିବେଶ କରିବାର ଯୋଜନା ରଖିଛି। ଶୁକ୍ରବାର ଆନ୍ଧ୍ରପ୍ରଦେଶର ବିଜୟୱାଡା ଠାରେ ଆନ୍ଧ୍ର ମୁଖ୍ୟମବୀ ୱାଇ.ଏସ୍‌ ଜଗନମୋହନ ରେଡ୍ଡିଙ୍କୁ ଭେଟି ସେଠାରେ ନିଆଯାଇଥିବା ବିଭିନ୍ନ ତୈଳ, ଗ୍ୟାସ ଓ ଇସ୍ପାତ୍‌ ପ୍ରକଳ୍ପର ସମୀକ୍ଷା କରିବାପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ଏହାଦ୍ୱାରା ରାଜ୍ୟର ରାଜସ୍ବ ବୃଦ୍ଧି ହେବାସହ ଯୁବକଙ୍କ ପାଇଁ ଅଧିକରୁ ଅଧିକ ନିଯୁକ୍ତି ସୃଷ୍ଟି ହୋଇପାରିବ।
ଏହି ଅବସରରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏହି ସବୁ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମର୍ଥନ ଓ ସହଯୋଗ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହିସବୁ ତୈଳ ଓ ଗ୍ୟାସ୍‌ ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟ ସୁଦ୍ଧା ଶେଷ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ଆନ୍ଧ୍ରପ୍ରଦେଶରେ ଏକ ଅଟନୋମସ୍‌ ପେଟ୍ରୋଲିୟମ ଇନ୍‌ଷ୍ଟିଚ୍ୟୁସନ୍‌ ସ୍ଥାପନା କରାଯିବ। ଯାହା ଦେଶର ତୈଳ ଏବଂ ଗ୍ୟାସ କ୍ଷେତ୍ରରେ କୁଶଳ କ୍ଷମତା ବିଶିଷ୍ଟ କାର୍ଯ୍ୟବଳୀ ତିଆରି କରିବାରେ ସହଯୋଗ କରିବ। ଏହି ଗସ୍ତ ଅବସରରେ ଧର୍ମେନ୍ଦ୍ର ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ତଥା ଓଡିଶାର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ମଧ୍ୟ ତାଙ୍କ ବାସଭବନରେ ଭେଟିଛନ୍ତି । ରାଜ୍ୟପାଳଙ୍କ ସହ ଏଠାରେ ନିଆଯାଇଥିବା ବିଭିନ୍ନ ତୈଳ ଓ ଗ୍ୟାସ ପ୍ରକଳ୍ପ ଉପରେ ସୂଚିତ କରିଛନ୍ତି । ବିଶେଷଭାବେ କ୍ରୀଷ୍ଣା-ଗୋଦାବରୀ ବେସିନ, ଯାହା ଭବିଷ୍ୟତରେ ଭାରତର ଗ୍ୟାସ ଚାହିଦାକୁ ପୂରଣ କରିବାର ବଡ କ୍ଷମତା ରଖିଛି ଏ ସମ୍ପର୍କରେ ମଧ୍ୟ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri