ଆନ୍ଧ୍ରପ୍ରଦେଶରେ ଫସିଥିବା ୭୦ ଓଡ଼ିଆ ଶ୍ରମିକଙ୍କୁ ସହାୟତାର ହାତ ବଢ଼ାଇଲା ‘ଓଡ଼ିଶା-ମୋ ପରିବାର’

ଭୁବନେଶ୍ୱର,୨୫।୩(ବ୍ୟୁରୋ):ଘାତକ କରୋନା ଭୂତାଣୁ ମୁକାବିଲାକୁ ନେଇ ଉପୁଜିଥିବା ଜଟିଳ ପରିସ୍ଥିତିରେ ଓଡ଼ିଶାର ୭୦ ଶ୍ରମିକ ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲା ଅନ୍ତର୍ଗତ ପେଡ଼ାତଡ଼େପଲ୍ଲୀ ସ୍ଥାନରେ ଫସି ରହିଥିଲେ। ସେମାନଙ୍କୁ ସହାୟତାର ହାତ ବଢ଼ାଇଛି ‘ଓଡ଼ିଶା ମୋ ପରିବାର’।

ସୂଚନାନୁଯାୟୀ, ଭଦ୍ରକର ୧୫ଜଣ ଓ ଗଞ୍ଜାମର ୫୫ଜଣ ମୋଟ ୭୦ଜଣ ଓଡ଼ିଆ ଶ୍ରମିକ ଏକ ସୂତାକଳରେ କାର୍ଯ୍ୟ କରୁଥିଲେ। ଏବେ ସମଗ୍ର ଦେଶରେ ଲକ୍‌ଡାଉନ୍‌ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ସେମାନଙ୍କୁ ମାଲିକ ଦୁଇମାସରୁ ଊର୍ଦ୍ଧ୍ୱ ଦରମା ନ ଦେଇ ବାସସ୍ଥାନ ଛାଡ଼ି ନିଜ ଗୃହକୁ ଫେରି ଆସିବାକୁ ନିର୍ଦ୍ଦେଶ ଦେଇଥିଲେ। ଏଭଳି ପରିସ୍ଥିତିରେ ଅସହାୟ ହୋଇପଡ଼ିଥିବା ଶ୍ରମିକଙ୍କ ବିଷୟରେ ‘ଓଡ଼ିଶା ମୋ ପରିବାର’ର ଆବାହକ ଅରୂପ ପଟ୍ଟନାୟକ ଜାଣିବାକୁ ପାଇଥିଲେ। ପରେ ସେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଏ ବିଷୟରେ ଅବଗତ କରାଇଥିଲେ। ସେଠାରୁ ଆନ୍ଧ୍ରପ୍ରଦେଶର ଲେବର କମିଶନରଙ୍କ ସହ ଯୋଗାଯୋଗ କରାଯାଇଥିଲା। ପରେ ସୂତାକଳର ମାଲିକ ସେଠାରେ ଥିବା ୬ଶହ ଶ୍ରମିକଙ୍କୁ ବାସସ୍ଥାନ ସହ ଖାଦ୍ୟ ଯୋଗାଇ ଦେଇଛନ୍ତି। ଏହାକୁ ନେଇ ଓଡ଼ିଆ ଶ୍ରମିକମାନେ ମୁଖ୍ୟମନ୍ତ୍ରୀ, ଉଭୟ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଲେବର କମିଶନର ଏବଂ ଓଡ଼ିଶା ମୋ ପରିବାରର ସଦସ୍ୟଙ୍କୁ କୃତଜ୍ଞତା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri