ଆନ୍ଧ୍ରରେ ଫସିଛନ୍ତି ଗଞ୍ଜାମର ୧୫୦ ଜଣ

ଛତ୍ରପୁର,୨୯।୩(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲା ଚିକାଭରମଠାରେ ଗଞ୍ଜାମ ଜିଲାର ୧୫୦ ଜଣ ଫସିରହିଛନ୍ତି। ଉଦ୍ଧାର କରି ଘରକୁ ଫେରାଇ ନେବା ସହ ଖାଇବାକୁ ଦେବା ପାଇଁ ଏମାନେ ନିବେଦନ କରିଛନ୍ତି। ଏମାନଙ୍କ ପକ୍ଷରୁ ଏକ ଭିଡିଓ କ୍ଲିପ୍‌କୁ ସୋସିଆଲ ମିଡିଆରେ ଛଡ଼ାଯାଇଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଚିକଲଖଣ୍ଡି ଓ ଭିକାରିପଲି ଏବଂ କବିସୂର୍ଯ୍ୟନଗର ବ୍ଲକ ଅଞ୍ଚଳର ୪୦ ଜଣ ଶ୍ରମିକ ସେମାନଙ୍କ ପରିବାର ସଦସ୍ୟଙ୍କୁ ନେଇ ଦାଦନ ଖଟିବାକୁ ଆନ୍ଧ୍ରର ଚିକାଭରମ ଅଞ୍ଚଳକୁ ଯାଇଥିଲେ। ସେଠାରେ ଥିବା ଉଷା ସ୍ପିନ୍‌କୋଟ ପ୍ରାଇଭେଟ ଲିମିଟେଡ୍‌ରେ ଏମାନେ କାମ କରୁଥିଲେ। କରୋନା ଭାଇରସ୍‌କୁ ନେଇ ସୂତାକଳ ବନ୍ଦ ହୋଇଯାଇଛି। ବାହାରକୁ ଗଲେ ପୋଲିସ ପିଟୁଛି ବୋଲି ଏମାନେ ଉକ୍ତ ଭିଡିଓରେ କହିଛନ୍ତି। ଖାଇବାକୁ ମିଳୁନି । ତୁରନ୍ତ ଉଦ୍ଧାର ସହ ଖାଇବା ବ୍ୟବସ୍ଥା କରିବାକୁ ଏମାନଙ୍କ ପକ୍ଷରୁ ଓଡ଼ିଶା ସରକାର ଓ ଗଞ୍ଜାମ ଜିଲା ପ୍ରଶାସନକୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଦଳିବ ଦର! ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ଗଞ୍ଜାମ ପାଇଁ ଗୌରବ ଆଣିଲେ ତିନି ଛାତ୍ର, ଛୁଟିଲା ଶୁଭେଚ୍ଛା

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ ଗଞ୍ଜାମ ): ପଠାଣି ସାମନ୍ତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ତିନି ଜଣ ଛାତ୍ର । ଗଞ୍ଜାମ ବ୍ଲକ୍ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଛୋଟାବସା ନିକଟସ୍ଥ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri