ଆପଣମାନେ ଖୁସି ତ, ମୁଁ ବି ଖୁସି

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଆପଣମାନେ ଖୁସି ତ। ମୁଁ ବି ଖୁସି। ମୁଖ୍ୟମନ୍ତ୍ରୀଙ୍କ ଏହି ଉକ୍ତିକୁ ନେଇ ବୁଧବାର ବିଧାନସଭାରେ ଏକ ହାସ୍ୟରୋଳ ପରିସ୍ଥିତି ସୃଷ୍ଟି ହୋଇଥିଲା।

ଷୋଡଶ ବିଧାନସଭା ଦ୍ୱିତୀୟ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି।ପ୍ରଥମ ଦିବସ ଥିବାରୁ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ବେଶ ଉତ୍ସାହିତ ଏବଂ ଫ୍ରେଶ୍‌ ଜଣାପଡ଼ୁଥିଲେ। ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ସଦସ୍ୟମାନେ ନିଜ ସିଟ୍‌ରେ ବସି ପରସ୍ପର ଆଲୋଚନାରେ ମାତିଥିଲେ। କଂଗ୍ରେସ ସଦସ୍ୟ ତାରା ପ୍ରସାଦ ବାହିନୀପତି ଗୃହକୁ ପ୍ରବେଶ କରିବା ମାତ୍ରେ ଆଉ ଏକ ଭିନ୍ନ ପରିବେଶ ସୃଷ୍ଟି ହୋଇଥିଲା। ସେ ତାଙ୍କ ଢ଼ଙ୍ଗରେ ଶାସକ ଦଳର ସଦସ୍ୟ ଏବଂ ମନ୍ତ୍ରୀମାନଙ୍କୁ ନମସ୍କାର କରିବା ସହ ବ୍ୟଙ୍ଗ କରିଥିଲେ। ଶାସକଦଳ ସଦସ୍ୟଙ୍କୁ ଲକ୍ଷ୍ୟ କରି ସେ କହିଥିଲେ ଆପଣମାନେ ଖୁସି ତ। ମୁଁ ବି ବହୁତ ଖୁସି। ଏଭଳି ଢ଼ଙ୍ଗରେ କହୁଥିବା ବେଳେ ୧୧.୫୯ରେ ମୁଖ୍ୟମନ୍ତ୍ରୀ ଗୃହକୁ ପ୍ରବେଶ କରିଥିଲେ। ମୁଖ୍ୟମନ୍ତ୍ରୀ ସଦସ୍ୟମାନଙ୍କୁ ନମସ୍କାର କରଥିବା ବେଳେ ତାରା ତାଙ୍କୁ ଲକ୍ଷ୍ୟ କରି କହିଲେ, ସାର୍‌। ଆପଣ ଖୁସି ତ। ମୁଖ୍ୟମନ୍ତ୍ରୀ ସ୍ମିତ ହାସ୍ୟ ଦେଇ କହିଥିଲେ, ମୁଁ ବହୁତ ଖୁସି। ମୁଖ୍ୟମନ୍ତ୍ରୀଙ୍କଠାରୁ ଏଭଳି ପ୍ରତିକ୍ରିୟା ଦେଖି ଶାସକ ଦଳର ସଦସ୍ୟମାନେ ତାଳିମାରି ସ୍ବାଗତ କରିଥିଲେ। ଏହାକୁ ନେଇ ଗୃହରେ ଏକ ହାସ୍ୟରୋଳ ପରିସ୍ଥିତି ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri