ଆପାର୍ଟମେଣ୍ଟରେ ନିଆଁ: ୨୫ରୁ ଊର୍ଦ୍ଧ୍ୱ ଫ୍ଲାଟ୍‌ର ଲୋକେ ଅଣନିଃଶ୍ୱାସୀ, ୨ ଅସୁସ୍ଥ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଭୁବନେଶ୍ୱର ଫରେଷ୍ଟ ପାର୍କ ପଛପାଖ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟରେ ଗୁରୁବାର ରାତି ପ୍ରାୟ ଗୋଟେ ୧୫ ମିନିଟ୍‌ରେ ଘଟିଛି ଅଗ୍ନିକାଣ୍ଡ। ୭ ମହଲା ବିଶିଷ୍ଟ ଏହି ଆପାର୍ଟମେଣ୍ଟରେ ୪୪ଟି ଫ୍ଲାଟ୍‌ ରହିଛି। ସେଥିମଧ୍ୟରୁ ‘ସି’ ବ୍ଲକ୍‌ର ୫ମ, ୬ଷ୍ଠ ମହଲା ଲିଫ୍ଟ କେବୁଲରେ ଶର୍ଟସର୍କିଟ ହୋଇ ନିଅଁା ଲାଗିଯାଇଥିଲା। ଫଳରେ ଆପାର୍ଟମେଣ୍ଟର ୨୫ରୁ ଊର୍ଦ୍ଧ୍ୱ ଫ୍ଳାଟ୍‌ରେ ପ୍ରବଳ ଧୂଅଁା ଖେଳିଯାଇଥିଲା। ଅନେକ ଲୋକ ସେହି ସମୟରେ ଶୋଇଥିବାରୁ ଅଣନିଃଶ୍ୱାସୀ ହୋଇପଡ଼ିଥିଲେ। ସେମାନେ ବାହାରକୁ ଆସିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ଧୂଅଁାର ମାତ୍ରା ଏତେ ଅଧିକ ଥିଲା ଯେ, କାହାକୁ କିଛି ଦେଖାଯାଇ ନ ଥିଲା। କେତେଜଣ ବାଲକୋନିରେ ରହି ୧୦୦ ନମ୍ବରକୁ ଫୋନ କରି ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ଦେଇଥିଲେ। ଖବର ପାଇ କଳ୍ପନାରୁ ୩ଟି ଅଗ୍ନିଶମ ଗାଡ଼ି ଏବଂ ୪ ପିସିଆର ଭ୍ୟାନ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ଏହାପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ନିଅଁା ଲିଭାଯିବା ସହ ଫ୍ଲାଟ୍‌ରେ ରହୁଥିବା ଲୋକମାନଙ୍କୁ ଉଦ୍ଧାର କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ଜଣ ଅସୁସ୍ଥ ହୋଇପଡ଼ିବାରୁ ଉଭୟଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆପାର୍ଟମେଣ୍ଟରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ରହିଛି କି ନାହିଁ ସେନେଇ ଅଗ୍ନିଶମ ଅଧିକାରୀ ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri