Posted inଜାତୀୟ

ଆପ୍‌ରୁ ଇସ୍ତଫା ଦେଲେ ଅଳକା ଲାମ୍ବା, କଂଗ୍ରେସରେ ଯୋଗ ଦେଇପାରନ୍ତି

ନୂଆଦିଲ୍ଲୀ: ଦିଲ୍ଲୀରେ କ୍ଷମତାସୀନ ଆମ ଆଦମୀ ପାର୍ଟି (ଆପ୍‌)ର ବିଦ୍ରୋହୀ ବିଧାୟକ ଅଳକା ଲାମ୍ବା ଶେଷରେ ଦଳରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସକାଳୁ ସେ ଟୁଇଟ୍‌ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ଆପ୍‌ରୁ ବିଦାୟ ନେବାର ସମୟ ଆସିଯାଇଛି। ଦଳର ପ୍ରାଥମିକ ସଦସ୍ୟ ପଦରୁ ମୁଁ ଇସ୍ତଫା ଦେଉଛି ବୋଲି ସେ କହିଛନ୍ତି। ଖୁବ୍‌ଶିଘ୍ର ସେ କଂଗ୍ରେସରେ ଯୋଗଦେବେ ବୋଲି ଜଣାପଡିଛି। କିଛିଦିନ ତଳେ ସେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଥିଲେ।
ଆପ ଟିକେଟ ପାଇ ଚାନ୍ଦନଚୌକରୁ ଜିତିଥିବା ଅଳକା କିଛି ଦିନ ହେଲା ଦଳ ଓ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଉପରେ ଖପ୍ପା ହୋଇଛନ୍ତି। ଗତମାସରେ ସେ ଆପ୍‌ରୁ ଇସ୍ତଫା ଦେବେ ବୋଲି ଘୋଷଣା କରିଥିଲେ। ଏଥିସହ ଆସନ୍ତା ବିଧାନସଭା ନିର୍ବାଚନରେ ସେ ସ୍ବାଧୀନ ଭାବେ ଲଢିବେ ବୋଲି କହିଥିଲେ। ଅଳକାଙ୍କ ଏଭଳି ଧମକ ପରେ ଆପ ପକ୍ଷରୁ ମଧ୍ୟ ତାଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରାଯିବ ବୋଲି କୁହାଯାଇଥିଲା। ଲୋକସଭା ନିର୍ବାଚନରେ ଆପ୍‌ର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଅଳକା ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଦାୟୀ କରିଥିଲେ। ଏହାପରେ ତାଙ୍କୁ ବିଧାୟକଙ୍କ ପାଇଁ ହୋଇଥିବା ଦଳର ହୱାଟସଆପ ଗ୍ରୁପ୍‌ରୁ ବାହାର କରିଦିଆଯାଇଥିଲା। ଏହାକୁ ନେଇ ସେ ଦଳ ଉପରେ ଖପ୍ପା ହୋଇଥିଲେ। ଏସବୁ ଭିତରେ ସେ ଆଜି ସୋନିଆ ଗାନ୍ଧିଙ୍କୁ ସାକ୍ଷାତ କରିଥିବାରୁ, ଅଳକା ଖୁବଶିଘ୍ର କଂଗ୍ରେସରେ ମିଶିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri