Posted inଜାତୀୟ

ଆପ୍‌ରୁ ଇସ୍ତଫା ଦେଲେ ଅଳକା ଲାମ୍ବା, କଂଗ୍ରେସରେ ଯୋଗ ଦେଇପାରନ୍ତି

ନୂଆଦିଲ୍ଲୀ: ଦିଲ୍ଲୀରେ କ୍ଷମତାସୀନ ଆମ ଆଦମୀ ପାର୍ଟି (ଆପ୍‌)ର ବିଦ୍ରୋହୀ ବିଧାୟକ ଅଳକା ଲାମ୍ବା ଶେଷରେ ଦଳରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସକାଳୁ ସେ ଟୁଇଟ୍‌ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ଆପ୍‌ରୁ ବିଦାୟ ନେବାର ସମୟ ଆସିଯାଇଛି। ଦଳର ପ୍ରାଥମିକ ସଦସ୍ୟ ପଦରୁ ମୁଁ ଇସ୍ତଫା ଦେଉଛି ବୋଲି ସେ କହିଛନ୍ତି। ଖୁବ୍‌ଶିଘ୍ର ସେ କଂଗ୍ରେସରେ ଯୋଗଦେବେ ବୋଲି ଜଣାପଡିଛି। କିଛିଦିନ ତଳେ ସେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଥିଲେ।
ଆପ ଟିକେଟ ପାଇ ଚାନ୍ଦନଚୌକରୁ ଜିତିଥିବା ଅଳକା କିଛି ଦିନ ହେଲା ଦଳ ଓ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଉପରେ ଖପ୍ପା ହୋଇଛନ୍ତି। ଗତମାସରେ ସେ ଆପ୍‌ରୁ ଇସ୍ତଫା ଦେବେ ବୋଲି ଘୋଷଣା କରିଥିଲେ। ଏଥିସହ ଆସନ୍ତା ବିଧାନସଭା ନିର୍ବାଚନରେ ସେ ସ୍ବାଧୀନ ଭାବେ ଲଢିବେ ବୋଲି କହିଥିଲେ। ଅଳକାଙ୍କ ଏଭଳି ଧମକ ପରେ ଆପ ପକ୍ଷରୁ ମଧ୍ୟ ତାଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରାଯିବ ବୋଲି କୁହାଯାଇଥିଲା। ଲୋକସଭା ନିର୍ବାଚନରେ ଆପ୍‌ର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଅଳକା ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଦାୟୀ କରିଥିଲେ। ଏହାପରେ ତାଙ୍କୁ ବିଧାୟକଙ୍କ ପାଇଁ ହୋଇଥିବା ଦଳର ହୱାଟସଆପ ଗ୍ରୁପ୍‌ରୁ ବାହାର କରିଦିଆଯାଇଥିଲା। ଏହାକୁ ନେଇ ସେ ଦଳ ଉପରେ ଖପ୍ପା ହୋଇଥିଲେ। ଏସବୁ ଭିତରେ ସେ ଆଜି ସୋନିଆ ଗାନ୍ଧିଙ୍କୁ ସାକ୍ଷାତ କରିଥିବାରୁ, ଅଳକା ଖୁବଶିଘ୍ର କଂଗ୍ରେସରେ ମିଶିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri