ଆଫଗାନ ସେନା ଘାଟିକୁ ତାଲିବାନର ଟାର୍ଗେଟ

କାବୁଲ,୪ା୩(ଏଏଫ୍‌ପି): ଆଫଗାନିସ୍ତାନର ସେନା ଘାଟି ଉପରେ ତାଲିବାନ ପକ୍ଷରୁ ଏକାଧିକ ଆକ୍ରମଣ କରାଯାଇଛି। ଫଳରେ ଆମେରିକା-ଆଫଗାନିସ୍ତାନ ଶାନ୍ତି ଆଲୋଚନାର ସଫଳତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୋମବାର ରାତିରେ ଆଫଗାନିସ୍ତାନର ୧୩ଟି ସ୍ଥାନରେ ଥିବା ସେନା ଘାଟି ଉପରେ ତାଲିବାନ ପକ୍ଷରୁ ଆକ୍ରମଣ ହୋଇଛି। କାନ୍ଦାହାର ପ୍ରଦେଶରେ ହୋଇଥିବା ଆକ୍ରମଣରେ ୨ ଜଣ ସୈନ୍ୟ ନିହତ ହୋଇଛନ୍ତି। ସେହିପରି କାବୁଲ ନିକଟବର୍ତ୍ତୀ ଲୋଗାର ପ୍ରଦେଶରେ ହୋଇଥିବା ଆକ୍ରମଣରେ ୫ ସୁରକ୍ଷା କର୍ମୀ ପ୍ରାଣ ହରାଇଛନ୍ତି।
କାତାର ରାଜଧାନୀ ଦୋହାରେ ଆମେରିକା ଓ ତାଲିବାନ ମଧ୍ୟରେ ଗତ ଶନିବାର ହୋଇଥିବା ଶାନ୍ତି ଚୁକ୍ତିନାମା ଅନୁଯାୟୀ ଉଗ୍ରପନ୍ଥୀ ଓ ଆଫଗାନ ସରକାରଙ୍କ ମଧ୍ୟରେ ମାର୍ଚ୍ଚ ୧୦ରୁ ବୁଝାମଣା ଆରମ୍ଭ ହୋଇଥାନ୍ତା। ତାହା ପୂର୍ବରୁ ତାଲିବାନ ପକ୍ଷରୁ ସେନା ଘାଟି ଉପରେ ଆକ୍ରମଣ ଫଳରେ ଆଲୋଚନାର ସଫଳତାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ସେହିପରି ଆଲୋଚନା ପୂର୍ବରୁ ବନ୍ଦୀ ହସ୍ତାନ୍ତରକୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରାଜିନାମା ଅନୁଯାୟୀ ତାଲିବାନମାନେ ୧୦୦୦ ବନ୍ଦୀଙ୍କୁ ମୁକ୍ତ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହା ବଦଳରେ ଆଫଗାନ ସରକାର ପାଖାପାଖି ୫୦୦୦ ଆତଙ୍କବାଦୀଙ୍କୁ ମୁକ୍ତ କରିଥାନ୍ତେ। ଆଲୋଚନା ପୂର୍ବରୁ ଏହାକୁ ପ୍ରାକ୍‌ସର୍ତ୍ତ ରଖାଯାଇଥିଲା। ତେବେ ରାଷ୍ଟ୍ରପତି ଅଶ୍ରଫ ଗନି ବୁଝାମଣା ଆରମ୍ଭ ପୂର୍ବରୁ ବନ୍ଦୀ ହସ୍ତାନ୍ତର ଲାଗି ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri