Posted inଖେଳ

ଆଫଗାନିସ୍ତାନ ସ୍ଥିତି ଦୃଢ଼

ଚିଟାଗଙ୍ଗ,୬।୯- ସ୍ଥାନୀୟ ଜାହୁର ଅହମ୍ମଦ ଚୌଧାରୀ ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଆଫଗାନିସ୍ତାନ ଦଳ ଦୃଢ଼ ସ୍ଥିତିରେ ରହିଛି। ପ୍ରଥମ ଇନିଂସରେ ଆଫଗାନିସ୍ତାନ ୩୪୨ ରନ୍‌ କରିଥିବାବେଳେ ବାଂଲାଦେଶ ୮ ଉଇକେଟ ହରାଇ ୧୯୪ ରନ୍‌ କରିଛି। ଘରୋଇ ଦଳକୁ ଇନିଂସ ଅଗ୍ରଣୀ ପାଇଁ ବଳକା ଦୁଇ ଉଇକେଟରେ ୧୪୮ ରନ୍‌ ଦରକାର।
ଆଫଗାନିସ୍ତାନ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୫/୨୭୧ରୁ ଆରମ୍ଭ କରି ୭୧ ରନ୍‌ ମଧ୍ୟରେ ଅବଶିଷ୍ଟ ୫ ଉଇକେଟ ହରାଇଥିଲା। ୮୮ ରନ୍‌ କରି ଅପରାଜିତ ଥିବା ଅସଘର ଆଫଗାନ ବ୍ୟକ୍ତିଗତ ସ୍କୋରରେ ୪ ରନ୍‌ ଯୋଡ଼ିବାକୁ ସକ୍ଷମ ହୋଇଥିଲେ। ୯୨ ରନ୍‌ କରି ଆଫଗାନ ପ୍ୟାଭେଲିଅନ ଫେରିଥିଲେ। ଅଫସର ଜଜାଇ ୪୧ ଓ ଅଧିନାୟକ ରସିଦ ଖାନ୍‌ ୫୧ ରନ୍‌ର ଇନିଂସ ବଳରେ ଆଫଗାନିସ୍ତାନ ୩୪୨ ରନ୍‌ କରିପାରିଥିଲା। ଏହାପରେ ଇନିଂସ ଆରମ୍ଭ କରିଥିବା ଘରୋଇ ଦଳ ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଫଳରେ ଦ୍ୱିତୀୟ ଦିବସ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ୮ ଉଇକେଟ ବିନିମୟରେ ୧୯୪ ରନ୍‌ କରିବାକୁ ସକ୍ଷମ ହୋଇଛି। ଦଳ ପାଇଁ ମୋମିନୁଲ ହକ୍‌ ୫୨ ଓ ଲିଟନ ଦାସ ୪୪ ରନ୍‌ କରିଥିଲେ। ଷ୍ଟମ୍ପ ଅପସାରଣ ବେଳକୁ ମୋସଦ୍ଦାକ ହୋସେନ ୪୪ ଓ ତାଇଜୁଲ ଇସଲାମ ୧୪ ରନ୍‌ କରି ଅପରାଜିତ ଅଛନ୍ତି। ଭ୍ରମଣକାରୀ ବାଂଲାଦେଶ ଦଳ ପାଇଁ ଅଧିନାୟକ ରସିଦ ୪ ଓ ମହମ୍ମଦ ନବି ୨ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri