ଆଫଗାନିସ୍ତାନକୁ ଶାନ୍ତି ଫେରିବ

ଓ୍ବାଶିଂଟନ/କାବୁଲ,୧।୩ (ପି.ଟି./ଆଇଏଏନ୍‌ଏସ୍‌): ଆମେରିକା ଓ ତାଲିବାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତି ଶନିବାର ସ୍ବାକ୍ଷର ହୋଇଛି। ଏହି ଚୁକ୍ତି ଅନୁଯାୟୀ ୧୪ ମାସ ମଧ୍ୟରେ ଆଫଗାନିସ୍ତାନରୁ ଆମେରିକା ଓ ନାଟୋ ସେନା ପ୍ରତ୍ୟାହୃତ ହେବେ। କାତାର ରାଜଧାନୀ ଦୋହାଠାରେ ଚୁକ୍ତି ସ୍ବାକ୍ଷର ଅବସରରେ ଆମେରିକା ଓ ଆଫଗାନିସ୍ତାନ ପକ୍ଷରୁ ମିଳିତ ଭାବେ ଏହା ଘୋଷଣା କରାଯାଇଛି। ଫଳରେ ୧୮ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଆଫଗାନିସ୍ତାନରେ ଲାଗିରହିଥିବା ବିବାଦର ପରିସମାପ୍ତି ହେବାକୁ ଯାଉଛି। ସେଠାରେ ଶାନ୍ତି ଫେରାଇ ଆଣିବା ଚୁକ୍ତିର ମୁଖ୍ୟ ଉଦ୍ଦେଶ୍ୟ ବୋଲି କୁହାଯାଇଛି। ଆଫଗାନିସ୍ତାନରେ ଶାନ୍ତି ପାଇଁ ଆମେରିକାର ସ୍ବତନ୍ତ୍ର ପ୍ରତିନିଧି ଜଲମେ ଖାଲିଜାଦ୍‌ ଓ ତାଲିବାନ ସହପ୍ରତିଷ୍ଠାତା ମୁଲ୍ଲା ଅବଦୁଲ ଗନି ବରାଦର ଏହି ଚୁକ୍ତି ସ୍ବାକ୍ଷର କରିଛନ୍ତି।
ଆଫଗାନିସ୍ତାନରେ ଏବେ ୧୩ ହଜାର ଆମେରିକୀୟ ସୈନ୍ୟ ନିୟୋଜିତ ହୋଇ ରହିଛନ୍ତି। ଚୁକ୍ତିନାମା ଅନୁଯାୟୀ ଏହି ସଂଖ୍ୟା ୮,୬୦୦କୁ ହ୍ରାସ କରାଯିବ। ମିଶନ ପୂରଣ ଲାଗି ଏହା ଅପରିହାର୍ଯ୍ୟ ବୋଲି ଆଫଗାନିସ୍ତାନରେ ଥିବା ଆମେରିକା ଓ ନାଟୋ ସେନାର କମାଣ୍ଡର ଜେନେରାଲ ସ୍କଟ୍ସ ମିଲର ଆକଳନ କରିଥିଲେ। ଏହି ଐତିହାସିକ ଚୁକ୍ତିନାମା ସ୍ବାକ୍ଷର ବେଳେ ଆମେରିକା ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓଙ୍କ ସମେତ ଅନ୍ୟ ରାଷ୍ଟ୍ରର କୂଟନୀତିଜ୍ଞମାନେ ଉପସ୍ଥିତ ଥିଲେ। କାତାରରେ ଥିବା ଭାରତୀୟ ରାଷ୍ଟ୍ରଦୂତ ପି. କୁମାରନ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆଫଗାନିସ୍ତାନରେ ଶାନ୍ତି ଓ ପାରସ୍ପରିକ ବୁଝାମଣାରେ ଭାରତର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ଏହି ସେନା ପ୍ରତ୍ୟାହାର ସର୍ତ୍ତଭିତ୍ତିକ। ରାଜନୈତିକ ସମାଧାନ ବିଫଳ ହେଲେ ଆମେରିକାକୁ ସେନା ପ୍ରତ୍ୟାହାର ପାଇଁ ବାଧ୍ୟ କରାଯାଇପାରିବ ନାହିଁ ବୋଲି ଏହାର ଜଣେ ଅଧିକାରୀ ନିଜ ନାଁ ଗୋପନ ସର୍ତ୍ତରେ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ୨୦୦୧ ସେପ୍ଟେମ୍ବର ୧୧ରେ ନ୍ୟୁୟର୍କସ୍ଥିତ ବିଶ୍ୱ ବାଣିଜ୍ୟ କେନ୍ଦ୍ର (ଡବ୍ଲ୍ୟୁଟିଓ) ଉପରେ ଆତଙ୍କବାଦୀ ସଂଗଠନ ଅଲ୍‌ କାଏଦା ଆକ୍ରମଣ କରିଥିଲା। ଏଥିରେ ୨୯୯୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୫ ହଜାରରୁ ଅଧିକ ଆହତ ହୋଇଥିଲେ। ଏହି ଆକ୍ରମଣ ପରେ ତତ୍କାଳୀନ ଆମେରିକା ରାଷ୍ଟ୍ରପତି ଜର୍ଜ ଡବ୍ଲ୍ୟୁ ବୁଶ୍‌ ତାଲିବାନ ଉପରେ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ସେବେଠାରୁ ୧୮ ବର୍ଷ ହେଲା ଆଫଗାନିସ୍ତାନରେ ଆମେରିକା ଓ ନାଟୋ ସେନା ଉପସ୍ଥିତ ରହିଛନ୍ତି। ଏ ବାବଦରେ ଆମେରିକା ୭୫୦ ବିଲିୟନ ଡଲାର ବ୍ୟୟ କଲାଣି। ବିଭିନ୍ନ ସମୟରେ ଆକ୍ରମଣ ଓ ପ୍ରତିଆକ୍ରମଣ ଯୋଗୁ ଉଭୟ ପକ୍ଷରୁ ହଜାର ହଜାର ଯବାନ ଓ ଆତଙ୍କବାଦୀ ନିହତ ହୋଇଛନ୍ତି। ୨୦୦୧ରୁ ଆମେରିକା ସେଠାରେ ୨୩୦୦ରୁ ଅଧିକ ସୈନ୍ୟଙ୍କୁ ହରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri