Posted inଖେଳ

ଆଫଗାନିସ୍ତାନଠାରୁ ହାରିଲା ପାକିସ୍ତାନ

ବ୍ରିଷ୍ଟଲ, ୨୫।୫(ପି.ଟି.)-ଚଳିତମାସ ୩୦ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱକପ ପୂର୍ବରୁ ପାକିସ୍ତାନ ଦଳକୁ ଶକ୍ତ ଧକ୍କା ଲାଗିଛି। ଶୁକ୍ରବାର ଅନୁଷ୍ଠିତ ଓ୍ବାର୍ମଅପ୍‌ ମ୍ୟାଚରେ ଏହି ଦଳ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନଠାରୁ ହାରି ଯାଇଛି। ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ବାବର ଆଜମ(୧୧୨ ରନ)ଙ୍କ ଶତକ ସତ୍ତ୍ୱେ ୪୭.୫ ଓଭରରେ ୨୬୨ ରନ କରି ଅଲଆଉଟ ହୋଇ ଯାଇଥିଲା। ଅନମାନଙ୍କ ମଧ୍ୟରେ ସୋଏବ ମଲିକ ୪୪ ଓ ଇମାମ ଉଲ୍‌ ହକ୍‌ ୩୨ ରନ କରିଥିଲେ। ଆଫଗାନିସ୍ତାନ ବୋଲରଙ୍କ ମଧ୍ୟରେ ମହମ୍ମଦ ନାବି ୩ଟି, ଦୌଲତ ଜଡ୍ରାନ ଓ ରଶିଦ ଖାଁ ୨ଟି ଲେଖାଏ ଏବଂ ହମିଦ ହାସନ ଓ ଅଫତାବ ଆଲାମ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଆଫଗାନିସ୍ତାନ ୪୯.୪ ଓଭରରେ ୭ ଉଇକେଟ ହରାଇ ଆବଶ୍ୟକ ୨୬୩ ରନ ସଂଗ୍ରହ କରି ନେଇଥିଲା। ଯୁବ ବ୍ୟାଟ୍ସମ୍ୟାନ ହଶମାତୁଲ୍ଲା ଶାହିଦ ୭୪ ରନରେ ଅପରାଜିତ ରହି ଆଫଗାନିସ୍ତାନ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ହଜରାତୁଲ୍ଲା ଜାଜାଇ ୪୯, ମହମ୍ମଦ ନବି ୩୪, ରହମଦ ଶାହ ୩୨ ରନ କରିଥିଲେ। ପାକିସ୍ତାନ ପକ୍ଷରୁ ଓ୍ବାହାବ ରିଆଜ ୩ଟି, ଇମାନ ଓ୍ବାସିମ ୨ଟି ଏବଂ ଶାଦବ ଖଁା ଓ ମହମଦ ହାସନେନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ମ୍ୟାଚରେ ଆଫଗାନିସ୍ତାନ ୩ ଉଇକେଟରେ ବିଜୟ ସହ ବିଶ୍ୱକପ ପାଇଁ ଓ୍ବାର୍ମଅପ୍‌ ହୋଇଛି। ଅନ୍ୟଏକ ମ୍ୟାଚରେ ଦକ୍ଷିଣ ଆଫ୍ରିକା(୩୩୮/୭) ୮୭ ରନରେ ଶ୍ରୀଲଙ୍କା(୨୫୧/ଅଲଆଉଟ)କୁ ହରାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?