ଆଫଗାନିସ୍ତାନରେ ପ୍ରଳୟଙ୍କାରୀ ବନ୍ୟା: ୩୦୦ ରୁ ଅଧିକ ମୃତ, ହଜାର ହଜାର ଘର ନଷ୍ଟ

ନୂଆଦିଲ୍ଲୀ,୧୧ା୫: ଆଫଗାନିସ୍ତାନରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟାରେ ୩୦୦ ରୁ ଉର୍ଦ୍ଧ ଲୋକେ ପ୍ରାଣ ହରାଇଥିଲା ବେଳେ ହଜାର ହଜାର ଘର ନଷ୍ଟ ହୋଇଥିବା ମିଳିତ ଜାତିସଂଘ ଫୁଡ୍ ଏଜେନ୍ସି ଶନିବାର କହିଛି। ଗତ କିଛି ସପ୍ତାହ ମଧ୍ୟରେ ଆଫଗାନିସ୍ତାନରେ ଆସିଥିବା ଅନେକ ବନ୍ୟା ମଧ୍ୟରୁ ବଞ୍ଚିଥିବା ଲୋକଙ୍କୁ ବିଶ୍ୱ ଫୁଡ୍ ଏଜେନ୍ସି ପକ୍ଷରୁ ବିସ୍କୁଟ ବଣ୍ଟନ କରାଯାଇଛି। ମୁଖ୍ୟତ ଉତ୍ତର ବାଗଲାନ ପ୍ରଦେଶରେ ଶୁକ୍ରବାର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା।

ସେହିପରି ପଡୋଶୀ ତାଖର ପ୍ରଦେଶରେ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ବନ୍ୟାରେ ଅତି କମରେ 20 ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ତାଲିବାନ ସରକାରଙ୍କ ମୁଖ୍ୟ ମୁଖପାତ୍ର ଜାବିହୁଲ୍ଲା ମୁଜାହିଦ୍ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ’ରେ ପୋଷ୍ଟ କରିଛନ୍ତି ଯେ “ଶହ ଶହ ଲୋକେ… ଏହି ଭୟଙ୍କର ବନ୍ୟାରେ ପ୍ରାଣ ହରାଇଥିବାବେଳେ ବହୁ ସଂଖ୍ୟାରେ ଆହତ ହୋଇଛନ୍ତି।”

ମୁଜାହିଦ୍ ବାଦାଖଶାନ୍, ବାଗଲାନ୍, ଘୋର ଏବଂ ହେରାଟ ପ୍ରଦେଶକୁ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ବୋଲି ଚିହ୍ନଟ କରିଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ “ବ୍ୟାପକ ବିପର୍ଯ୍ୟୟ” ଦ୍ୱାରା ଆର୍ଥିକ କ୍ଷତି ଘଟିଛି।

ଲୋକଙ୍କୁ ଉଦ୍ଧାର କରିବା, ଆହତମାନଙ୍କୁ ପରିବହନ ଏବଂ ମୃତମାନଙ୍କୁ ଉଦ୍ଧାର କରିବା ପାଇଁ ସରକାର ସମସ୍ତ ସହାୟତା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଛନ୍ତି।

ସେହିଭଳି ତାଲିବାନ ରକ୍ଷାମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ଯେ, ବାୟୁସେନା ପକ୍ଷରୁ ବାଗଲାନ ପ୍ରଦେଶରେ ଉଦ୍ଧାରକାର୍ଯ୍ୟ ଆରମ୍ଭ କରାଯାଇଛି। ଯେଉଁଠି ହଜାର ହଜାର ଲୋକେ ବନ୍ୟାରେ ଫସି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri