ଆବଦ୍ଧାଞ୍ଚଳରେ ଗଠନ ହେଲା ୩ଟି ଟିମ୍‌

ବନ୍ତ,୨୯।୪(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଗ୍ରାମରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କରାଯିବା ସହ ସଂକ୍ରମଣ ନବ୍ୟାପିବା ପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବିଡିଓ ରେବେକା ବିଲୁଙ୍ଗ, ଜିପିଇଓ ନିଶିକାନ୍ତ ଖୁଣ୍ଟିଆ ଚାରିଗାଁସ୍ଥିତ ବାତ୍ୟା ଆଶ୍ରୟସ୍ଥଳରେ ପହଞ୍ଚି ସରପଞ୍ଚ ବନମାଳୀ ବେହେରାଙ୍କ ଉପସ୍ଥିତିରେ ଆଶା, ଅଙ୍ଗନୱାଡି କର୍ମୀ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ସହିତ ଘର ଘର ବୁଲି ସ୍ବାସ୍ଥ୍ୟ, ଟ୍ରାଭେଲ୍‌ ହିଷ୍ଟ୍ରି, ୧୦୪ ପଞ୍ଜୀକରଣ ହୋଇଛି କି ନାହିଁ ସର୍ଭେଲାନ୍ସ ନିମନ୍ତେ ଆଲୋଚନା କରିଥିଲେ। ଏଥିସହ ଆବଦ୍ଧାଞ୍ଚଳକୁ ୩ଟି ସବ୍‌ଜୋନ୍‌ରେ ବିଭକ୍ତ କରି ୩ ଦିନ ମଧ୍ୟରେ ସର୍ଭେଲାନ୍ସ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୩ଟି ସବ୍‌ଜୋନ୍‌ ଦାୟିତ୍ୱରେ ୩ ଜଣ ଆଶାକର୍ମୀ ଓ ୩ ଜଣ ଶିକ୍ଷକ ରହିଥିବା ବେଳେ ଏହି କାର୍ଯ୍ୟକୁ ତ୍ୱାରାନ୍ବିତ କରିବା ପାଇଁ ୫ ଜଣ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ସୁପରଭିଜନ୍‌ ଅଫିସର ଭାବେ ଦାୟିତ୍ୱ ଦିଆଯାଇଛି। ସମ୍ପୃକ୍ତ ଆବଦ୍ଧାଞ୍ଚଳକୁ ତହସିଲଦାର ପରିଦର୍ଶନ କରି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ଆଗରପଡ଼ା ଅଗ୍ନିଶମ ବାହିନୀ ପକ୍ଷରୁ ଉକ୍ତ ପଞ୍ଚାୟତକୁ ବିଶୋଧନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri