Posted inଜାତୀୟ

ଆବଶ୍ୟକତା, ଯୋଗାଣ ଯୋଗୁ ବଢ଼ୁଛି ପିଆଜ ଦର: ପାଶ୍‌ଓ୍ବାନ

ନୂଆଦିଲ୍ଲୀ,୬।୧୧: ଦେଶରେ ପିଆଜ ଦର ଆକାଶଛୁଆଁ ହୋଇଥିବା ବେଳେ ଏହା ସିଧା ଗ୍ରାହକଙ୍କ ଉପରେ ପ୍ରଭାବ ପକାଉଛି। ଦିଲ୍ଲୀ-ଏନ୍‌ସିଆରରେ ପିଆଜ ଦର କିଲୋପ୍ରତି ୮୦ରୁ ୧୦୦ ଟଙ୍କା ବିକ୍ରି ହେଉଥିବା ଜଣାପଡ଼ିଛି। ଫଳରେ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପଟେ ଏନେଇ କେନ୍ଦ୍ର ଖାଉଟି, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ରାମ ବିଳାସ ପାଶ୍‌ଓ୍ବାନ ମତ ରଖିଛନ୍ତି। ସେ କହିଛନ୍ତି, ଆବଶ୍ୟକତା ଓ ଯୋଗାଣ ଭିତରେ ସନ୍ତୁଳନ ନ ରହିବା ଯୋଗୁ ଏଭଳି ସମସ୍ୟା ସୃଷ୍ଟି ହେଉଛି। ଚଳିତ ମାସର ଶେଷ ଆଡକୁ ଏହି ସମସ୍ୟା ଦୂର ହେବା ସହ ପିଆଜ ଦର ମଧ୍ୟ ନିୟନ୍ତ୍ରଣକୁ ଆସିବ ବୋଲି ପାଶ୍‌ଓ୍ବାନ କହିଛନ୍ତି। ଏଥିସହ ରାଜ୍ୟରେ ଏଭଳି ସମସ୍ୟା ସୃଷ୍ଟି ହେବାର ପ୍ରମୁଖ କାରଣ ହେଉଛି ରାଜ୍ୟରେ ଅତ୍ୟଧିକ ବର୍ଷା ଓ ବନ୍ୟା। କାରଣ ଏହା ପିଆଜ ଆମଦାନୀ ଉପରେ ପ୍ରଭାବ ପକାଉଛି। ପିଆଜ ଯୋଗାଣରେ ଉତ୍କଟ ସଙ୍କଟ ଏବଂ ଖୁଚୁରା ବଜାରରେ ଦର ବୃଦ୍ଧିକୁ ନେଇ କେନ୍ଦ୍ର ସରକାର ପଦକ୍ଷେପ ନେବା ସହ ଇରାନ, ତୁର୍କୀ, ଇଜିପ୍ଟ ଓ ଆଫଗାନିସ୍ତାନରୁ ଏହା ଆମଦାନୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଘରୋଇ ବଜାରରେ ମିଳୁଥିବା ପିଆଜ ଓ ତା’ର ମୂଲ୍ୟ ସମୀକ୍ଷା ନିମନ୍ତେ ମଙ୍ଗଳବାର ବସିଥିବା ଆନ୍ତଃ-ମନ୍ତ୍ରଣାଳୟ କମିଟି ବୈଠକରେ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri