ଆବାସ ଯୋଜନାରୁ ବଞ୍ଚିତ ଗରିବ ପରିବାର : ଜୀବନ ବିତୁଛି ଝାଟିମାଟି ଘରେ

ଖଣ୍ଡପଡ଼ା ୧୭ା୬(ସ୍ବ.ପ୍ର.): ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଜନସାଧାରଣଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। ତେବେ ଏହି ଯୋଜନା ଅନେକ କ୍ଷେତ୍ରରେ କିପରି ବିଫଳ ହୋଇଛି ତାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବୋଦସା ପଞ୍ଚାୟତରେ। ଏହି ପଞ୍ଚାୟତସ୍ଥ ଗଉଡବୋଦସା ଗ୍ରାମବାସିନ୍ଦା ହେଉଛନ୍ତି ବେଣୁ ବେହେରା। ସେ ଜଣେ ଦିନ ମଜୁରିଆ । ୪ ପ୍ରାଣୀ କୁଟୁମ୍ବଙ୍କୁ ନେଇ ତାଙ୍କ ପରିବାର। ତେବେ ଭଲ ଘର ଖଣ୍ଡିଏ ନ ଥିବାରୁ ପରିବାରବାସୀଙ୍କ ଦିନ ବିତୁଛି ଝାଟିମାଟି, ନୁଆଁଣିଆ ଚାଳଛପର ଘରେ। ଏ ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କିମ୍ବା ବିଜୁ ପକ୍କାଘର ଯୋଜନାରେ ଏହି ପରିବାରକୁ ଅଦ୍ୟାବଧି ବାସଗୃହଟିଏ ମିଳିପାରିନାହିଁ। ଉକ୍ତ ଯୋଜନାରେ ଗୃହ ନିର୍ମାଣ ନିମନ୍ତେ ୨ ଲକ୍ଷ ଟଙ୍କା ଦିଆଯାଉଥିବାବେଳେ ଏହି ପରିବାର ପ୍ରତି ବ୍ଲକ ପ୍ରଶାସନର କିପରି ଦୃଷ୍ଟିପଡ଼ିନି ସେ ନେଇ ବିଭିନ୍ନ ମହଲରେ ଅଭିଯୋଗ ହେଉଛି। ବେଣୁଙ୍କ ସ୍ତ୍ରୀ ସରୋଜିନୀ ବୋଦସା ସରପଞ୍ଚଙ୍କଠାରୁ ଆରମ୍ଭ କରି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନିକଟରେ ପକ୍କାଘରଟିଏ ପାଇଁ ବାରମ୍ବାର ଆବେଦନ କରି ଆସୁଛନ୍ତି। ଖଣ୍ଡପଡ଼ା ବ୍ଲକ ପ୍ରଶାସନ ଏଥିପ୍ରତି ଦୃଷ୍ଟି ପ୍ରଦାନପୂର୍ବକ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri