ଆବାସ ସମ୍ପୂର୍ଣ୍ଣ କରିବାକୁ ପ୍ରଶାସନର ତତ୍ପରତା

ଯାଜପୁର ଅଫିସ,୩।୨: ଯାଜପୁର ଜିଲାରେ ଆବାସ ଗୃହ ନିର୍ମାଣରେ ଅଗ୍ରଗତି ନୈରାଶ୍ୟଜନକ ରହିଛି। ପୂର୍ବରୁ ଏହି ଯୋଜନାରେ ପ୍ରକୃତ ହିତାଧିକାରୀଙ୍କୁ ଘର ମିଳି ନ ଥିବାବେଳେ ଥିଲାବାଲା ଲୋକଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇଥିବା ନଜିର ରହିଛି। ତେବେ ଏନେଇ ବିଭିନ୍ନ ସମୟରେ ଧରିତ୍ରୀ ସହ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ପକ୍ଷରୁ ଆବାସ ଘର ସମ୍ପୂର୍ଣ୍ଣ କରିବା ନେଇ ତପତ୍ରତା ପ୍ରକାଶ ପାଇଛି। ଏହିକ୍ରମରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା(ଡିଆରଡିଏ)ର ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ପରିଦର୍ଶନରେ ଯାଇ ନିର୍ମାଣାଧୀନ ଆବାସ ଘରଗୁଡିକର ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବାକୁ ନିର୍ଦ୍ଦେଶ ଦେଉଛନ୍ତି। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଗୃହ ନିର୍ମାଣ ସାରିଲେ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ପ୍ରୋସତ୍ାହନ ରାଶି ମଧ୍ୟ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି। ଏହାସତ୍ୱେ କେତେକ ହିତାଧିକାରୀ ଘର କରିବା ତାଲିକାରେ ସାମିଲ ହୋଇ କିଛି ଅର୍ଥ ପାଇଥିଲେ ମଧ୍ୟ ଘର ଶେଷ କରିବାକୁ ବିଳମ୍ବ କରୁଛନ୍ତି ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି ବିଳମ୍ବିତ ବ୍ୟକ୍ତିମାନଙ୍କୁ ବୁଝାସୁଝା କରି ଘରଗୁଡିକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ପୂର୍ଣ୍ଣାଙ୍ଗ କରିବାକୁ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନାୟକ ଉଦ୍ୟମ ଆରମ୍ଭ କରିଛନ୍ତି। ବର୍ତ୍ତମାନ ପ୍ରତ୍ୟେକ ଦିନ ସକାଳୁ ସେ ବିଭିନ୍ନ ବ୍ଲକର ବିଭିନ୍ନ ପଞ୍ଚାୟତକୁ ବାହାରି ଯାଉଛନ୍ତି। ସେଠାରେ ଘର ପାଇଥିବା ଲୋକଙ୍କ ତାଲିକା ଅନୁଧ୍ୟାନ କରି ହିତାଧିକାରୀଙ୍କ ଦୁଆର ମୁହଁରେ ପହଞ୍ଚି ଯାଉଛନ୍ତି। କ’ଣ ଅସୁବିଧା ଓ କାହିଁକି ନିର୍ମାଣ ବିଳମ୍ବ ହେଉଛି ସେ ସମ୍ପର୍କରେ ପଚାରି ବୁଝିବା ସହ ଯଥାଶୀଘ୍ର ଘର ପୂର୍ଣ୍ଣାଙ୍ଗ କରିବାକୁ ପରାମର୍ଶ ଦେଉଛନ୍ତି। ଘର ନିର୍ମାଣ ପାଇଁ ସମ୍ପୂର୍ଣ୍ଣ ଅର୍ଥ ବା ପ୍ରୋସତ୍ାହନ ରାଶିକୁ ଯେପରି ସମସ୍ତ ହିତାଧିକାରୀ ପାଇ ପାରିବେ ସେଥିପାଇଁ ତ୍ୱରାନ୍ବିତ ପ୍ରକ୍ରିୟାରେ ଘର ନିର୍ମାଣ ଜରୁରୀ। ଏଥିପାଇଁ ଜିଲାପାଳ ରଞ୍ଜନ କୁମାର ଦାସ ମଧ୍ୟ ବିଭିନ୍ନ ସମୟରେ ବିଭିନ୍ନ ବୈଠକରେ ଗୁରୁତ୍ୱ ଦେଇଛନ୍ତି। ତେବେ ଘର ପାଇଁ ବ୍ୟସ୍ତ ହେଉଥିବା ଲୋକଟି ୱାର୍କ ଅର୍ଡର ପାଇବା ପରେ ଏପରି ଶିଥିଳ ଭାବେ କାମ କରି ଅଯଥା ବିଳମ୍ବ ଅତ୍ୟନ୍ତ ଦୁଃଖଦାୟକ ବୋଲି ପ୍ରକଳ୍ପ ନିର୍ଦ୍ଦେଶକ ନାୟକ କହିବା ସହ ଲୋକଙ୍କୁ ବୁଝା ଯାଉଛି ଓ ସେମାନେ ଆଗାମୀ ଦିନମାନଙ୍କରେ ତପତ୍ର ହୋଇ ଘର କରି ପ୍ରୋସତ୍ାହନ ରାଶି ମଧ୍ୟ ପାଇପାରିବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ଶନିବାର ପୂର୍ବାହ୍ନରେ ଦଶରଥପୁର ବ୍ଲକର ଚିତାଳୋ ଓ ଅକରପଡା ପଞ୍ଚାୟତର ବିଭିନ୍ନ ହିତାଧିକାରୀଙ୍କ ସହ ପ୍ରକଳ୍ପ ନିର୍ଦ୍ଦେଶକ ଆଲୋଚନା କରିବା ସହ ଘରଗୁଡିକୁ ମଧ୍ୟ ଅନୁଧ୍ୟାନ କରିଥିବା ସୂଚନା ମିଳିଛି। ଅନୁରୂପଭାବେ ସମସ୍ତ ବିଡିଓ ନିଜ ନିଜ ଅଞ୍ଚଳ ମଧ୍ୟରେ ହିତାଧିକାରୀଙ୍କ ନିକଟରେ ପହଞ୍ଚି ଗୃହ ନିର୍ମାଣ ତ୍ୱରାନ୍ବିତ କରିବାକୁ ଜିଲାପାଳ ଓ ପ୍ରକଳ୍ପ ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri