ଆବାସିକ ବିଦ୍ୟାଳୟ ରୋଷେୟାଙ୍କୁ ପଥରରେ ଛେଚି ହତ୍ୟା

ଚନ୍ଦ୍ରଗିରି,୩୦ା୮(ଡି.ଏନ.ଏ.)- ଗଜପତି ଜିଲା ମୋହନା ବ୍ଲକ ଲୁଡ୍ରୁ ଆଶ୍ରମ ବିଦ୍ୟାଳୟରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ବିଦ୍ୟାଳୟରେ ରହୁଥିବା ରୋଷେୟାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୋହନା ପୋଲିସ ଓ ଆର.ଉଦୟଗିରି ଏସ୍‌ଡିପିଓ ଅଶୋକ କୁମାର ମହାନ୍ତି ବିଦ୍ୟାଳୟରେ ପହଞ୍ଚତ୍ ତଦନ୍ତ ଚାଳାଇଛନ୍ତି। ମୃତ ରୋଷେୟାଙ୍କ ସ୍ତ୍ରୀଙ୍କ ଅଭିଯୋଗ ପ୍ରକାରେ ନଂ.୧୪୮/୧୮ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ପ୍ରାଥମିକ ତଦନ୍ତରୁ ରୋଷେୟାଙ୍କୁ ତାଙ୍କ ନାବାଳକ ପୁଅ ହତ୍ୟା କରିଥିବା ଓ ସେ ମାନସିକ ବିକାରଗ୍ରସ୍ତ ଥିବା ଏସ୍‌ଡିପିଓ କହିଛନ୍ତି। ଘଟଣା ପରେ ସେ ଫେରାର ହୋଇଯାଇଛନ୍ତି।
ପ୍ରକାଶ ଯେ, ଲୁଡ୍ରୁ ଆଶ୍ରମ ବିଦ୍ୟାଳୟରେ ମୃତକ ଓ ତାଙ୍କ ସ୍ତ୍ରୀ ରୋଷେୟା ଭାବେ କାମ କରନ୍ତି। ବିଦ୍ୟାଳୟ ଷ୍ଟାଫ କ୍ୱାର୍ଟରରେ ଏହି ରୋଷେୟା ଦମ୍ପତି ତାଙ୍କ ନାବାଳିକା ପୁଅ ଓ ଝିଅଙ୍କ ସହ ରହୁଥିଲେ। ଗୁରୁବାର ମୃତ ରୋଷେୟା ପୁଅଙ୍କ ସହ ବାଳକ ଆବାସିକ ବିଦ୍ୟାଳୟ କ୍ବାର୍ଟରରେ ଶୋଇଥିବାବେଳେ ସ୍ତ୍ରୀ ଝିଅଙ୍କ ସହ ବାଳିକା ଆଶ୍ରମ ବିଦ୍ୟାଳୟରେ ଶୋଇଥିଲେ। ଶୁକ୍ରବାର ସକାଳେ ଝିଅ ବାପାଙ୍କୁ ଡାକିବାକୁ ଯିବାବେଳେ ଭାଇ କୋଠରୀରୁ ଛୁରୀ ଧରି ବାହାରରୁଥିବା ଦେଖିଥିଲେ। ପରେ ସେ କ୍ୱାର୍ଟର ଭିତରକୁ ଯାଇ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବାପାଙ୍କ ମୃତଦେହ ପଡିଥିବା ଦେଖିଥିଲେ। ଘଟଣା ଜାଣିବା ପରେ ସ୍କୁଲ କର୍ତ୍ତୃପକ୍ଷ ମୋହନା ପୋଲିସକୁ ଖବର ଦେଇଥିଲେ।
ସୂଚନା ଯୋଗ୍ୟ, ମୃତ ରୋଷେୟାଙ୍କ ପୁଅ ମୋହନାସ୍ଥିତ ଏକ ବିଦ୍ୟାଳୟରେ ଯୁକ୍ତ ୨ ପଢୁଥିବାବେଳେ ପ୍ରାୟ ୩ମାସ ହେବ କୌଣସି କାରଣରୁ ମାନସିକ ବିକାରଗ୍ରସ୍ତ ହୋଇ ବାପା ମା’ଙ୍କ ପାଖରେ ଆସି ରହୁଥିଲେ। ସେ ହିଁ ହତ୍ୟାକାଣ୍ଡ ଘଟାଇଛନ୍ତି ବୋଲି ତାଙ୍କ ମା’ ଅଭିଯୋଗ କରିଛନ୍ତି। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରବୀନ୍ଦ୍ର ମଳିକ ମଧ୍ୟ ଏହାକୁ ସ୍ବୀକାର କରିଛନ୍ତି। ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ ପଥର ଜବତ କରିବା ସହ ମୃତଦେହ ବ୍ୟବଛେଦ ପାଇଁ ବ୍ରହ୍ମପୁର ପଠାଇଛି। ଦୁଇଟି ଟିମ ଗଠନ କରାଯାଇ ନାବାଳକଙ୍କୁ ଖୋଜା ଚାଲିଥିବା ଏସଡିପିଓ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri