ଆମିଷ ଦୋକାନରେ ଭିଡ଼, ମାନିଲେନି କଟକଣା

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଭିଡ଼ ନ କରିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ରାଜଧାନୀର ବିଭିନ୍ନ ପରିବା ହାଟକୁ ଖୋଲା ସ୍ଥାନ ଓ ରାସ୍ତା ପାର୍ଶ୍ୱକୁ ଉଠାଇ ଦିଆଯାଇଛି। ସେହିଭଳି ହାଟ ବଜାର ଉପରେ ମଧ୍ୟ କଟକଣା ଲଗାଯାଇଛି। ଦୋକାନ ସମ୍ମୁଖରେ ଦିଆଯାଉଥିବା ଗୋଲ ଚିହ୍ନରେ ଠିଆ ହୋଇ ଜିନିଷ କିଣିବା ପାଇଁ ବାରମ୍ବାର ପରାମର୍ଶ ଦିଆଯାଉଛି। ଏପରିକି ଗରାଖମାନେ ଠିକ୍‌ ଭାବେ ଯେପରି ପାଳନ କରିବେ ସେଥିପ୍ରତି ଦୃଷ୍ଟି ଦେବାକୁ ଦୋକାନୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ବିଭିନ୍ନ ମାଛ, ମାଂସ ଦୋକାନରେ ଅଧିକାଂଶ ଦିନ ଏହି କଟକଣାକୁ ଲୋକେ ମାନୁ ନ ଥିବାବେଳେ ଦୋକାନୀମାନେ ମଧ୍ୟ ସେପରି ଗୁରୁତ୍ୱ ଦେଉନାହାନ୍ତି। ରବିବାର ୟୁନିଟ୍‌-୪ ମାର୍କେଟ ଭଳି ସହରର ବହୁ ମାଛ ଓ ମାଂସ ଦୋକାନରେ ପ୍ରବଳ ଭିଡ଼ ହୋଇଥିଲା। ଘଣ୍ଟା ଘଣ୍ଟା ଧରି ଗହଳି ଜମାଇଥିଲେ ମଧ୍ୟ କରୋନା କଟକଣାକୁ ସତେ ଯେପରି କାହାର ଖାତିର ନ ଥିଲା। ପରସ୍ପରକୁ ସ୍ପର୍ଶ କରିବା ସହ ଜିନିଷ ନେବାକୁ ପ୍ରତିଯୋଗିତା ଚାଲିଥିଲା। ବ୍ୟସ୍ତ ଥିବା ବ୍ୟବସାୟୀମାନେ ମଧ୍ୟ ଗ୍ରାହକଙ୍କୁ ଆକଟ କରିବାକୁ ଚାହୁଁ ନ ଥିଲେ। ତେବେ ବହୁ ସଚେତନ ଗ୍ରାହକ ଏପରି ସ୍ଥିତିରୁ ଦୂରେଇ ରହିଥିଲେ। କେତେଜଣ ଅସନ୍ତୋଷ ପ୍ରକାଶ କରି ଫେରିଥିଲେ।
ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଡିଶନାଲ କମିଶନର ସୁରଥ ଚନ୍ଦ୍ର ମଲ୍ଲିକ କହିଛନ୍ତି, ବିଏମ୍‌ସି ବାରମ୍ବାର ଜନସାଧାରଣ ତଥା ବ୍ୟବସାୟୀଙ୍କୁ ସାମାଜିକ ଦୂରତା ବଜାୟ ରଖିବାକୁ ସଚେତନ କରୁଛି। ଯଦି ଆମିଷ ଦୋକାନମାନଙ୍କରେ ଉଲ୍ଲଂଘନ କରାଯାଇଥିବା ପ୍ରମାଣ ମିଳେ ତେବେ ସମ୍ପୃକ୍ତ ବ୍ୟବସାୟୀଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆବଶ୍ୟକ ପଡ଼ିଲେ ସେଠାରେ ବ୍ୟବସାୟ କରିବାକୁ ବାରଣ କରାଯିବା ସହ ବିକ୍ରି କରାଯାଉଥିବା ସାମଗ୍ରୀକୁ ଜବତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri