ଆମେରିକା, ଇରାନ ଯୁଦ୍ଧମୁହାଁ

ଓ୍ବାଶିଂଟନ/ତେହେରାନ,୪ା୧ (ପି.ଟି./ଏଏଫ୍‌ପି): ଦୁଇ ଶତ୍ରୁଙ୍କ ମଧ୍ୟରେ କୁହୁଳୁଥିବା ବିବାଦ ଶେଷରେ ନିଆଁ ହୋଇ ଭୟାବହ ରୂପ ଧାରଣ କରିଛି। ଆମେରିକାର ରକେଟ ମାଡ଼ରେ ଇରାନ ସେନାର ଶକ୍ତିଶାଳୀ କମାଣ୍ଡର ଜେନେରାଲ କାସିମ ସୋଲେମାନୀ ନିହତ ହୋଇଛନ୍ତି। ବିଦେଶରେ ଆମେରିକୀୟ ସୈନ୍ୟଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ଶୁକ୍ରବାର ପେଣ୍ଟାଗନ ଘୋଷଣା କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶକ୍ରମେ ଏହି ସାମରିକ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସ୍ପଷ୍ଟ ହୋଇଛି। ଏହି ଅପ୍ରତ୍ୟାଶିତ ଘଟଣାକ୍ରମ ଦୁଇ ପାରମ୍ପରିକ ଶତ୍ରୁ ଆମେରିକା ଓ ଇରାନ ମଧ୍ୟରେ ଚରମ ଉତ୍ତେଜନା ସୃଷ୍ଟି କରିଛି। ସାମାଜିକ ଗଣମାଧ୍ୟମରେ କେହି କେହି ଏହାକୁ ତୃତୀୟ ବିଶ୍ୱଯୁଦ୍ଧର ଅ।ରମ୍ଭ ବୋଲି ଅଭିହିତ କରିବାରେ ଲାଗିଛନ୍ତି।
ଆମେରିକା ଓ ଇରାନ ମଧ୍ୟରେ ଶତ୍ରୁତା ପୁରୁଣା। ଏକାଧିକ ପ୍ରସଙ୍ଗରେ ଦୁଇରାଷ୍ଟ୍ରର ଆକ୍ରମଣାମତ୍କ ଆଭିମୁଖ୍ୟ ପାରସ୍ୟ ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧିର କାରଣ ହୋଇଥାଏ। ଏହି ଶତ୍ରୁତାକୁ ନେଇ ନିକଟରେ ଇରାକ ରାଜଧାନୀ ବାଗଦାଦରେ ଇରାନ ସମର୍ଥତ୍ତ ବିଦ୍ରୋହୀଙ୍କ ଉପରେ ଆମେରିକା ସେନା ଆକାଶମାର୍ଗରୁ ଆକ୍ରମଣ କରିଥିଲା। ଇରାନ ସମର୍ଥିତ ଉତ୍ତ୍ୟକ୍ତ ବିକ୍ଷୋଭକାରୀମାନେ ପ୍ରତିଶୋଧପରାଣୟ ହୋଇ ବୁଧବାର ବାଗଦାଦସ୍ଥିତ ଆମେରିକା ଦୂତାବାସକୁ ଟାର୍ଗେଟ କରିଥିଲେ। ଏହି ଆକ୍ରମଣ ପାଇଁ ଇରାନକୁ ବହୁମୂଲ୍ୟ ଦେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କଡ଼ା ଚେତାବନୀ ଦେଇଥିଲେ। ଏହାସହ ଆମେରିକା ପ୍ରତିରକ୍ଷା ସଚିବ ମାର୍କ ଏସ୍ପର ମଧ୍ୟପ୍ରାଚ୍ୟ କ୍ଷେତ୍ରକୁ ତତ୍କାଳ ୭୫୦ ସୈନ୍ୟଙ୍କୁ ପଠାଇବା ପାଇଁ ଘୋଷଣା କରିଥିଲେ। ଏଇଠୁ ଆରମ୍ଭ ହୋଇଥିଲା ନୂଆବର୍ଷରେ ଦୁଇରାଷ୍ଟ୍ର ମଧ୍ୟରେ ପୁରୁଣା ଶତ୍ରୁତା। ଏହାର ଦୁଇଦିନ ପରେ ରାଷ୍ଟ୍ରପତି ଟ୍ରମ୍ପ୍‌ ନାଟକୀୟ ଭାବେ ଇରାନର ରିଭୋଲ୍ୟୁଶନାରୀ ଗାର୍ଡସ କମାଣ୍ଡର ଜେନେରାଲ କାସିମ ସୋଲେମାନୀଙ୍କୁ ହତ୍ୟାକରିବା ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଥିଲେ ଏବଂ ଏହାକୁ ଅକ୍ଷରେ ଅକ୍ଷରେ ପାଳନ କରିଛନ୍ତି ଆମେରିକୀୟ ସୁରକ୍ଷା ବଳ। ଅଲ୍‌-ଗାର୍ଡସ ମୁଖ୍ୟ ତଥା ଏହାର ନିରାପତ୍ତା ସରଞ୍ଜାମ ସ୍ଥପତି ଜେନେରାଲ ସୋଲେମାନୀଙ୍କୁ ବାଗଦାଦ ଯାଇଥିବାବେଳେ ଶୁକ୍ରବାର ଭୋର ସମୟରେ ସେମାନେ ଟାର୍ଗେଟ କରିଛନ୍ତି। ସୋଲେମାନୀ ବାଗଦାଦ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଏକ କାର୍‌କେଡ୍‌ରେ ଯାଉଥିବାବେଳେ ଆମେରିକା ବଳ ଆକାଶମାର୍ଗରୁ ରକେଟ ମାଡ଼ କରିଛି। ଏଥିରେ ସୋଲେମାନୀ ଓ ଇରାକର ଶକ୍ତିଶାଳୀ ହାଶେଦ୍‌ ଅଲ-ଶବାବି ଅର୍ଦ୍ଧସାମରିକ ବଳ ଉପମୁଖ୍ୟଙ୍କ ସମେତ ଇରାନ ସମର୍ଥତ୍ତ କେତେଜଣ ସ୍ଥାନୀୟ ବିଦ୍ରୋହୀ ନିହତ ହୋଇଛନ୍ତି।
୬୨ ବର୍ଷୀୟ ସୋଲେମାନୀ ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଖାମେନିଙ୍କ ଘନିଷ୍ଠ ସହଯୋଗୀ ଥିଲେ। ଖାମେନିଙ୍କ ପରେ ଇରାନରେ ସେ ଥିଲେ ଦ୍ୱିତୀୟ ପ୍ରଭାବଶାଳୀ ବ୍ୟକ୍ତିତ୍ୱ। ତାଙ୍କ ନେତୃତ୍ୱାଧୀନ କୁଦ୍‌ସ ଫୋର୍ସ ହେଉଛି ଇରାନ ରିଭୋଲ୍ୟୁଶନାରି ଗାର୍ଡସର ଏକ ବିଶିଷ୍ଟ ୟୁନିଟ। ଏହି ୟୁନିଟ ପ୍ରତ୍ୟକ୍ଷ ଭାବେ ସୁପ୍ରିମ ଲିଡରଙ୍କ ନିକଟରେ ଉତ୍ତରଦାୟୀ। ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶରେ ଏହି ଏୟାର ଷ୍ଟ୍ରାଇକ୍‌ କରାଯାଇଥିବା ପେଣ୍ଟାଗନ ସ୍ପଷ୍ଟ କରିଛି। ସେପଟେ ସୋଲେମାନୀଙ୍କ ହତ୍ୟା ପରେ ଟ୍ରମ୍ପ୍‌ ଫ୍ଲୋରିଡା ଗସ୍ତ କରିଛନ୍ତି। ଟ୍ରମ୍ପ୍‌ ନିଜ ଦେଶର ଜାତୀୟ ପତାକାକୁ ଟୁଇଟ୍‌ କରି ବିଜୟର ବାର୍ତ୍ତା ଦେଇଛନ୍ତି। ଓ୍ବାଶିଂଟନରେ ଏହାକୁ ନେଇ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ରିପବ୍ଲିକାନମାନେ ଟ୍ରମ୍ପ୍‌ଙ୍କୁ ପ୍ରଶଂସାରେ ପୋତି ଦେଇଥିବାବେଳେ ଡେମୋକ୍ରାଟମାନେ ଏହାର ଆଇନଗତ ବୈଧତାକୁ ନେଇ ପ୍ରଶ୍ନ ଉଠାଇବା ସହ ପରିଣାମକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି। ଆକ୍ରମଣର ଜବାବ ଦେବାକୁ ଯାଇ ଇରାନ ସୁପ୍ରିମ ଲିଡର ଖାମେନି ଆମେରିକାକୁ ଚରମବାଣୀ ଶୁଣାଇଛନ୍ତି। ଅପରାଧୀଙ୍କ ଉପରେ ସାଂଘାତିକ ପ୍ରତିଶୋଧ ନିଆଯିବ ବୋଲି ଧମକ ଦେଇଛନ୍ତି। ଏହାସହ ସେ ତିନିଦିନିଆ ଜାତୀୟ ଶୋକଦିବସ ଘୋଷଣା କରିଛନ୍ତି। ଦୁଇଦେଶ ଯୁଦ୍ଧମୁହଁା ହେବା ପରେ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri