Posted inଜାତୀୟ

ଆମେରିକା-ଇରାନ୍‌ ଯୁଦ୍ଧ ହେଲେ ପ୍ରଭାବିତ ହେବ ଅଶୋଧିତ ତୈଳ ଦାମ: ଭାରତରେ ବି ମହଙ୍ଗା ହେବ ପେଟ୍ରୋଲ, ଡିଜେଲ

ନୂଆଦିଲ୍ଲୀ,୮।୧: ଆମେରିକା ଇରାନ୍‌ ମଧ୍ୟରେ ଯୁଦ୍ଧ ହେଲେ ଅଶୋଧିତ ତୈଳ ଦାମ ବ୍ୟାରେଲ ପିଛା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏପରି ହେଲେ ଭାରତରେ ପେଟ୍ରୋଲ ,ଡିଜେଲ ମହଙ୍ଗା ହେବ। ସମ୍ପ୍ରତି ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦାମରେ ୩.୫ ପ୍ରତିଶତରୁ ଅଧିକ ବୃଦ୍ଧି ଘଟିଛି। ଇତିମଧ୍ୟରେ ଡବ୍ଲ୍ୟୁଟିଆଇର ଇଣ୍ଡେକ୍ସ୍‌ରେ ଅଶୋଧିତ ତୈଳ ଦାମ ୪.୫୩ ପ୍ରତିଶତ ବୃଦ୍ଧି ପାଇ ବ୍ୟାରେଲ ପିଛା ଦାମ ୬୫.୫୪ ଡଲାର ହୋଇଛି। ଭାରତ ନିଜର ଘରୋଇ ଚାହିଦା ପୂରଣ ପାଇଁ ୮୦ ପ୍ରତିଶତ ତୈଳ ବିଦେଶରୁ କିଣିଥାଏ। ଆର୍ଥିକ ସଂସ୍ଥା ନୋମୁରା ପକ୍ଷରୁ କୁହାଯାଇଛି ଯେ, ଅଶୋଧିତ ତୈଳ ଦାମ ବ୍ୟାରେଲ ପିଛା ୧୦ ଡଲାର ବୃଦ୍ଧି ପାଇଲେ ଏହା ଯୋଗୁ ଭାରତୀୟ ଅର୍ଥବ୍ୟବସ୍ଥା ପ୍ରଭାବିତ ହେବ। ଇଣ୍ଡିଆନ ଅଏଲ ଓ୍ବେବସାଇଟ୍‌ ଅନୁସାରେ ଦିଲ୍ଲୀ, କୋଲକାତା, ମୁମ୍ବାଇ ଏବଂ ଚେନ୍ନାଇରେ ବୁଧବାର ପେଟ୍ରୋଲ ଦାମ ଯଥାକ୍ରମେ ୭୫.୭୪ ଟଙ୍କା, ୭୮.୩୩ ଟଙ୍କା, ୮୧.୩୩ ଟଙ୍କା ଏବଂ ୭୮.୬୯ ଟଙ୍କା ରହିଛି। ସେହିପରି ଡିଜେଲ୍‌ ଦାମ ଏସବୁ ସହରରେ ଯଥାକ୍ରମେ ୬୮.୭୯ ଟଙ୍କା, ୭୧.୧୫ ଟଙ୍କା, ୭୨.୧୪ ଟଙ୍କା ଏବଂ ୭୨.୬୯ ଟଙ୍କା ରହିଛି। ତେବେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦାମ ବଢ଼ିଲେ ପେଟ୍ରୋଲ ଓ ଡିଜେଲ ଦାମ ବଢ଼ିବାର ସମ୍ଭାବନା ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri