Posted inଜାତୀୟ

ଆମେରିକା-ଇରାନ୍‌ ଯୁଦ୍ଧ ହେଲେ ପ୍ରଭାବିତ ହେବ ଅଶୋଧିତ ତୈଳ ଦାମ: ଭାରତରେ ବି ମହଙ୍ଗା ହେବ ପେଟ୍ରୋଲ, ଡିଜେଲ

ନୂଆଦିଲ୍ଲୀ,୮।୧: ଆମେରିକା ଇରାନ୍‌ ମଧ୍ୟରେ ଯୁଦ୍ଧ ହେଲେ ଅଶୋଧିତ ତୈଳ ଦାମ ବ୍ୟାରେଲ ପିଛା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏପରି ହେଲେ ଭାରତରେ ପେଟ୍ରୋଲ ,ଡିଜେଲ ମହଙ୍ଗା ହେବ। ସମ୍ପ୍ରତି ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦାମରେ ୩.୫ ପ୍ରତିଶତରୁ ଅଧିକ ବୃଦ୍ଧି ଘଟିଛି। ଇତିମଧ୍ୟରେ ଡବ୍ଲ୍ୟୁଟିଆଇର ଇଣ୍ଡେକ୍ସ୍‌ରେ ଅଶୋଧିତ ତୈଳ ଦାମ ୪.୫୩ ପ୍ରତିଶତ ବୃଦ୍ଧି ପାଇ ବ୍ୟାରେଲ ପିଛା ଦାମ ୬୫.୫୪ ଡଲାର ହୋଇଛି। ଭାରତ ନିଜର ଘରୋଇ ଚାହିଦା ପୂରଣ ପାଇଁ ୮୦ ପ୍ରତିଶତ ତୈଳ ବିଦେଶରୁ କିଣିଥାଏ। ଆର୍ଥିକ ସଂସ୍ଥା ନୋମୁରା ପକ୍ଷରୁ କୁହାଯାଇଛି ଯେ, ଅଶୋଧିତ ତୈଳ ଦାମ ବ୍ୟାରେଲ ପିଛା ୧୦ ଡଲାର ବୃଦ୍ଧି ପାଇଲେ ଏହା ଯୋଗୁ ଭାରତୀୟ ଅର୍ଥବ୍ୟବସ୍ଥା ପ୍ରଭାବିତ ହେବ। ଇଣ୍ଡିଆନ ଅଏଲ ଓ୍ବେବସାଇଟ୍‌ ଅନୁସାରେ ଦିଲ୍ଲୀ, କୋଲକାତା, ମୁମ୍ବାଇ ଏବଂ ଚେନ୍ନାଇରେ ବୁଧବାର ପେଟ୍ରୋଲ ଦାମ ଯଥାକ୍ରମେ ୭୫.୭୪ ଟଙ୍କା, ୭୮.୩୩ ଟଙ୍କା, ୮୧.୩୩ ଟଙ୍କା ଏବଂ ୭୮.୬୯ ଟଙ୍କା ରହିଛି। ସେହିପରି ଡିଜେଲ୍‌ ଦାମ ଏସବୁ ସହରରେ ଯଥାକ୍ରମେ ୬୮.୭୯ ଟଙ୍କା, ୭୧.୧୫ ଟଙ୍କା, ୭୨.୧୪ ଟଙ୍କା ଏବଂ ୭୨.୬୯ ଟଙ୍କା ରହିଛି। ତେବେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦାମ ବଢ଼ିଲେ ପେଟ୍ରୋଲ ଓ ଡିଜେଲ ଦାମ ବଢ଼ିବାର ସମ୍ଭାବନା ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?