ଆମେରିକାର ଉଦାହରଣ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଶା ସରକାରଙ୍କ ପାଇଁ ଅର୍ଥନୀତି ନୁହେଁ ମଣିଷ ଜୀବନ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୯।୪(ବ୍ୟୁରୋ): ଓଡ଼ିଶାର ଜନସାଧାରଣ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ସହଯୋଗ ଏବଂ ସମର୍ଥନ ଜଣାଇଛନ୍ତି। ହେଲେ ପରିସ୍ଥିତିର ମୁକାବିଲା ପାଇଁ ଏହାହିଁ ଏକମାତ୍ର ବାଟ। ଗତ ମାର୍ଚ୍ଚ ୧୫ ତାରିଖରେ ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଥିଲା। ଏହାପରଠାରୁ ୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଏହି ସମୟମଧ୍ୟରେ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକାରେ କରୋନା କେସ୍‌ ୩୦୦୦ରୁ ଆସି ୪ ଲକ୍ଷରେ ପହଞ୍ଚିଛି। ୯/୧୧ର ଆତଙ୍କବାଦୀ ଆକ୍ରମଣଠାରୁ ଆରମ୍ଭ କରି ବିଭିନ୍ନ ଯୁଦ୍ଧରେ ଆମେରିକାର ଯେତେଲୋକ ପ୍ରାଣବଳୀ ଦେଇଥିଲେ ତା’ଠାରୁ ଅଧିକ ଲୋକ କରୋନାର ଶିକାର ହୋଇଛନ୍ତି। ତଥାପି ଆମେରିକା ସମ୍ପୂର୍ଣ୍ଣ ଭାବେ ଲକ୍‌ଡାଉନ୍‌ ଘୋଷଣା କରିନାହିଁ। ଏଭଳି କଠିନ ପରିସ୍ଥିତିରେ ଆମକୁ ମଣିଷ ଜୀବନ ଏବଂ ଅର୍ଥନୀତି ମଧ୍ୟରେ ନିଷ୍ପତ୍ତି ନେବାକୁ ପଡ଼ୁଛି। ହେଲେ ମଣିଷ ଜୀବନକୁ ହିଁ ଅଧିକ ଗୁରୁତ୍ୱ ଦେଇ ଓଡ଼ିଶାରେ ଲକ୍‌ଡାଉନ୍‌ ସମୟସୀମାକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ରାଜ୍ୟ କ୍ୟାବିନେଟ୍‌ରେ ନିଷ୍ପତ୍ତି ନିଆଯାଇଛି। ଏନେଇ ଗୁରୁବାର ଭିଡିଓ ବାର୍ତ୍ତା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି, ଓଡ଼ିଶାବାସୀଙ୍କ ମୋର ନମସ୍କାର। ଆପଣମାନେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ଯେଉଁଭଳି ଭାବେ ସହଯୋଗ ଏବଂ ସମର୍ଥନ କରିଛନ୍ତି ସେଥିପାଇଁ ଧନ୍ୟବାଦ। ତେବେ ଏଥିପାଇଁ ଆମ ସମସ୍ତଙ୍କୁ କଷ୍ଟ ସହିବାକୁ ପଡ଼ୁଛି। କିନ୍ତୁ ପରିସ୍ଥିତିର ମୁକାବିଲା ପାଇଁ ଏହାହିଁ ଏକମାତ୍ର ଉପାୟ। ମାର୍ଚ୍ଚ ୧୫ ତାରିଖରେ ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା। ତା ପରଠାରୁ ଆଜି ଭିତରେ ୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ଏସବୁ ଭିତରେ ଓଡ଼ିଶାର ଜନସାଧାରଣଙ୍କ ଶୃଙ୍ଖଳା ଓ ତ୍ୟାଗ ପରିସ୍ଥିତିର ମୁକାବିଲା ପାଇଁ ସରକାରଙ୍କୁ ଶକ୍ତି ଦେଇଛି। ଇତିମଧ୍ୟରେ ବିଶ୍ୱର ସବୁଠାରୁ ଶକ୍ତିଶାଳି ଦେଶ ଆମେରିକାରେ କରୋନା ସଂକ୍ରମିତ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ସେଠାରେ ସମ୍ପୂର୍ଣ୍ଣ ଭାବେ ଲକ୍‌ ଡାଉନ୍‌ ଘୋଷଣା କରାଯାଇନାହିଁ। ଆମକୁ କିନ୍ତୁ ମଣିଷ ଜୀବନ ଏବଂ ଅର୍ଥନୀତି ମଧ୍ୟରେ ନିଷ୍ପତ୍ତି ନେବାକୁ ହେବ। ଏହି କଠିନ ପରିସ୍ଥିତିରେ ରାଜ୍ୟ କ୍ୟାବିନେଟ ଗୁରୁବାର ମଣିଷ ଜୀବନକୁ ଅଧିକ ଗୁରୁତ୍ୱ ଦେଇ ଆବଶ୍ୟକ ନିଷ୍ପତ୍ତି ନେଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ସମୟ ସୀମାକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ୟାବିନେଟ ମଧ୍ୟ ଏପ୍ରିଲ ୩୦ ପର୍ଯ୍ୟନ୍ତ ସମୟସୀମା ବୃଦ୍ଧି କରିବା ଲାଗି କେନ୍ଦ୍ର ସରକାରଙ୍କ ସୁପାରିଶ କରିଛି। ସେହିଭଳି ଏହି ପର୍ଯ୍ୟନ୍ତ ଟ୍ରେନ୍‌, ବିମାନ ସେବା ବନ୍ଦ ରଖିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri