ଆମେରିକାର ଉଦାହରଣ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଶା ସରକାରଙ୍କ ପାଇଁ ଅର୍ଥନୀତି ନୁହେଁ ମଣିଷ ଜୀବନ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୯।୪(ବ୍ୟୁରୋ): ଓଡ଼ିଶାର ଜନସାଧାରଣ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ସହଯୋଗ ଏବଂ ସମର୍ଥନ ଜଣାଇଛନ୍ତି। ହେଲେ ପରିସ୍ଥିତିର ମୁକାବିଲା ପାଇଁ ଏହାହିଁ ଏକମାତ୍ର ବାଟ। ଗତ ମାର୍ଚ୍ଚ ୧୫ ତାରିଖରେ ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଥିଲା। ଏହାପରଠାରୁ ୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଏହି ସମୟମଧ୍ୟରେ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକାରେ କରୋନା କେସ୍‌ ୩୦୦୦ରୁ ଆସି ୪ ଲକ୍ଷରେ ପହଞ୍ଚିଛି। ୯/୧୧ର ଆତଙ୍କବାଦୀ ଆକ୍ରମଣଠାରୁ ଆରମ୍ଭ କରି ବିଭିନ୍ନ ଯୁଦ୍ଧରେ ଆମେରିକାର ଯେତେଲୋକ ପ୍ରାଣବଳୀ ଦେଇଥିଲେ ତା’ଠାରୁ ଅଧିକ ଲୋକ କରୋନାର ଶିକାର ହୋଇଛନ୍ତି। ତଥାପି ଆମେରିକା ସମ୍ପୂର୍ଣ୍ଣ ଭାବେ ଲକ୍‌ଡାଉନ୍‌ ଘୋଷଣା କରିନାହିଁ। ଏଭଳି କଠିନ ପରିସ୍ଥିତିରେ ଆମକୁ ମଣିଷ ଜୀବନ ଏବଂ ଅର୍ଥନୀତି ମଧ୍ୟରେ ନିଷ୍ପତ୍ତି ନେବାକୁ ପଡ଼ୁଛି। ହେଲେ ମଣିଷ ଜୀବନକୁ ହିଁ ଅଧିକ ଗୁରୁତ୍ୱ ଦେଇ ଓଡ଼ିଶାରେ ଲକ୍‌ଡାଉନ୍‌ ସମୟସୀମାକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ରାଜ୍ୟ କ୍ୟାବିନେଟ୍‌ରେ ନିଷ୍ପତ୍ତି ନିଆଯାଇଛି। ଏନେଇ ଗୁରୁବାର ଭିଡିଓ ବାର୍ତ୍ତା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି, ଓଡ଼ିଶାବାସୀଙ୍କ ମୋର ନମସ୍କାର। ଆପଣମାନେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ଯେଉଁଭଳି ଭାବେ ସହଯୋଗ ଏବଂ ସମର୍ଥନ କରିଛନ୍ତି ସେଥିପାଇଁ ଧନ୍ୟବାଦ। ତେବେ ଏଥିପାଇଁ ଆମ ସମସ୍ତଙ୍କୁ କଷ୍ଟ ସହିବାକୁ ପଡ଼ୁଛି। କିନ୍ତୁ ପରିସ୍ଥିତିର ମୁକାବିଲା ପାଇଁ ଏହାହିଁ ଏକମାତ୍ର ଉପାୟ। ମାର୍ଚ୍ଚ ୧୫ ତାରିଖରେ ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା। ତା ପରଠାରୁ ଆଜି ଭିତରେ ୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ଏସବୁ ଭିତରେ ଓଡ଼ିଶାର ଜନସାଧାରଣଙ୍କ ଶୃଙ୍ଖଳା ଓ ତ୍ୟାଗ ପରିସ୍ଥିତିର ମୁକାବିଲା ପାଇଁ ସରକାରଙ୍କୁ ଶକ୍ତି ଦେଇଛି। ଇତିମଧ୍ୟରେ ବିଶ୍ୱର ସବୁଠାରୁ ଶକ୍ତିଶାଳି ଦେଶ ଆମେରିକାରେ କରୋନା ସଂକ୍ରମିତ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ସେଠାରେ ସମ୍ପୂର୍ଣ୍ଣ ଭାବେ ଲକ୍‌ ଡାଉନ୍‌ ଘୋଷଣା କରାଯାଇନାହିଁ। ଆମକୁ କିନ୍ତୁ ମଣିଷ ଜୀବନ ଏବଂ ଅର୍ଥନୀତି ମଧ୍ୟରେ ନିଷ୍ପତ୍ତି ନେବାକୁ ହେବ। ଏହି କଠିନ ପରିସ୍ଥିତିରେ ରାଜ୍ୟ କ୍ୟାବିନେଟ ଗୁରୁବାର ମଣିଷ ଜୀବନକୁ ଅଧିକ ଗୁରୁତ୍ୱ ଦେଇ ଆବଶ୍ୟକ ନିଷ୍ପତ୍ତି ନେଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ସମୟ ସୀମାକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ୟାବିନେଟ ମଧ୍ୟ ଏପ୍ରିଲ ୩୦ ପର୍ଯ୍ୟନ୍ତ ସମୟସୀମା ବୃଦ୍ଧି କରିବା ଲାଗି କେନ୍ଦ୍ର ସରକାରଙ୍କ ସୁପାରିଶ କରିଛି। ସେହିଭଳି ଏହି ପର୍ଯ୍ୟନ୍ତ ଟ୍ରେନ୍‌, ବିମାନ ସେବା ବନ୍ଦ ରଖିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?