ଆମେରିକାର ଋଣ ସୁଝାଇଲା ଭାରତ: ଗହମ ବଦଳରେ ଦେଲା ଔଷଧ

ନୂଆଦିଲ୍ଲୀ,୯।୪: ସମୟ ପ୍ରତି ମୁହୂର୍ତ୍ତରେ ବଦଳି ଚାଲିଛି। ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକା ଆଜି କରୋନା କବଳରେ ପଡି ଯେମିତି ବହୁ ପଛକୁ ଚାଲି ଯାଇଛି। କରୋନା ସଂକ୍ରମଣରେ ଆମେରିକାରେ ପ୍ରତିଦିନ ହଜାର ହଜାର ଲୋକଙ୍କ ମୃତ୍ୟୁ ଏବେ ଚିନ୍ତାର କାରଣ ପାଲଟିଛି। ଏବେ ଏଥିରୁ ରକ୍ଷା ପାଇବାକୁ ଭାରତର ସାହାଯ୍ୟ ଲୋଡିଛି ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତକୁ ଆଣ୍ଟି ମ୍ୟାଲେରିଆ ଡ୍ରଗ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ମାଗିଛନ୍ତି। ଆଉ ଭାରତ ମଧ୍ୟ ଏହା ଯେଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛି। ୧୯୫୧ରୁ ୨୦୨୦ ମଧ୍ୟରେ ଭାରତର ଅର୍ଥ ବ୍ୟବସ୍ଥାରେ ଉନ୍ନତି ଆସିଥିବାରୁ ଏହା ଆଜି ବିଶ୍ୱର ଶକ୍ତିଶାଳୀ ଦେଶକୁ ସାହାଯ୍ୟ କରିବାକୁ ଆଗେଇ ଆସିଛି। କୁହାଯାଏ ୧୯୫୧ରେ ଭାରତରେ ଖାଦ୍ୟଶସ୍ୟର ଅଭାବ ପଡିବାରୁ ସେ ଆମେରିକାର ସାହାଯ୍ୟ ଲୋଡିଥିଲା। ସେତେବେଳେ ଭାରତର ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଆମେରିକା ରାଷ୍ଟ୍ରପତି ହ୍ୟାରି ଏସ୍‌ ଟ୍ରୁମେନଙ୍କୁ ସାହାଯ୍ୟ ମାଗିଥିବା ବେଳେ ଆମେରିକା ପାଖାପାଖି ୨୦ ଲକ୍ଷ ଟନ୍‌ ଗହମ ଭାରତକୁ ଯୋଗାଇ ଦେଇଥିଲା। ଏବେ ୧୯୫୧ରୁ ୨୦୨୦ ଭିତରେ ବହୁତ କିଛି ପରିବର୍ତ୍ତନ ହୋଇଛି। ଭାରତ ଖାଦ୍ୟଶସ୍ୟ ଉତ୍ପାଦନରେ ଆତ୍ମନିର୍ଭରଶୀଳ ହୋଇଥିବା ବେଳେ ଏବେ କରୋନା ସହ ଲଢିବାକୁ ସେ ଆମେରିକାକୁ ବନ୍ଧୁତ୍ୱର ହାତ ବଢାଇଥିବା ବେଳେ ଗହମ ବଦଳରେ ଏବେ ଆଣ୍ଟି ମ୍ୟାଲେରିଆ ଡ୍ରଗ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଯୋଗାଇ ଦେବାକୁ କଥା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri