ଆମେରିକାରେ ଛୋଟ ସହର ସହିତ ଗ୍ରାମାଞ୍ଚଳରେ ବ୍ୟାପିଲା କରୋନା: ସେପ୍ଟେମ୍ବର ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୨ ଲକ୍ଷ ଛୁଇଁବା ଆଶଙ୍କା

ଓ୍ବାଶିଂଟନ,୧୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏବେ ଏହି ମହାମାରୀ ଏଠାରେ ଗୋଷ୍ଠୀ ସଂକ୍ରମଣର ରୂପ ନେଇଛି। ଧୀରେଧୀରେ କରୋନା ସଂକ୍ରମଣ ଛୋଟ ସହର ସହିତ ଗ୍ରାମାଞ୍ଚଳରେ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ରୋକିବାରେ ସରକାରଙ୍କ ସମସ୍ତ ଉଦ୍ୟମ ଅସଫଳ ହେଉଛି। ସମ୍ପ୍ରତି ଦେଶରେ ୭ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଥିବାବେଳେ ମୃତ୍ୟୁ ସଂଖ୍ୟା ୩୪ ହଜାର ଟପିଛି। ପ୍ରତିଦିନ ଦେଶରେ ୧୮୦୦ରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ ଘଟୁଛି। ଏପ୍ରିଲ୍‌ ୭ ଠାରୁ ଏହା ଜାରି ରହିଛି। ଏହି ମୃତ୍ୟୁ ହାର ଦେଶରେ ହାର୍ଟ ଏବଂ କ୍ୟାନସର ଯୋଗୁ ହେଉଥିବା ମୃତ୍ୟୁ ସଂଖ୍ୟାକୁ ଟପିଯାଇଥିବା କୁହାଯାଉଛି। ଆମେରିକାରେ ପ୍ରତିଦିନ ହାର୍ଟ ସମସ୍ୟା ଯୋଗୁ ୧୭୭୪ ଲୋକଙ୍କ ମୃତ୍ୟୁ ଘଟୁଥିବାବେଳେ କ୍ୟାନସରରେ ୧୬୪୧ ଲୋକଙ୍କ ମୃତ୍ୟୁ ଘଟିଥାଏ ବୋଲି ଏକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି। ସ୍ଥିତି ଉପରେ ନିୟନ୍ତ୍ରଣରେ ନ ଆସିଲେ ଆସନ୍ତା ସେପ୍ଟେମ୍ବର ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୨ ଲକ୍ଷ ଛୁଇଁବା ଆଶଙ୍କା ରହିଛି ବୋଲି ବିଶେଷଜ୍ଞ ମତପୋଷଣ କରିଛନ୍ତି। ତେବେ ସ୍ଥିତିରେ ଶୀଘ୍ର ପରିବର୍ତ୍ତନ ଆସିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। କରୋନା ନେଇ ଭୟ ନ କରିବାକୁ ସେ ଦେଶବାସୀଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri