ଆମେରିକାରେ ଲକ୍ଷେ ଟପିଲା ମୃତ୍ୟୁ

ଓ୍ବାଶିଂଟନ/ମସ୍କୋ,୨୭ା୫: କରୋନା ଭୂତାଣୁ ବିଶ୍ୱର ୨୧୩ ଦେଶକୁ ଆକ୍ରାନ୍ତ କରିଥିବା ବେଳେ ଆମେରିକାରେ ସ୍ଥିତି ସବୁଠାରୁ ଜଟିଳ ରହିଛି। ଏଠାରେ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୧୭.୧୩ ଲକ୍ଷ ପାର୍‌ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬,୭୭୪ ନୂଆ ମାମଲା ଏହି ଦେଶରେ ଦେଖିବାକୁ ମିଳିଥିବା ବେଳେ ୨୧୬ ଜଣଙ୍କ ଜୀବନ ଯାଇଛି। ଦ୍ରୁତ ବେଗରେ ଏଠାରେ ଭୂତାଣୁ ସଂକ୍ରମଣ ହେଉଥିବା ଜଣାପଡ଼ିଛି।
ବିଶ୍ୱରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୫୬.୩୬ ଲକ୍ଷ ଟପିଥିବା ବେଳେ ୩.୪୯ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଲେଣି। ମଙ୍ଗଳବାର ୫୩ ହଜାରରୁ ଊର୍ଦ୍ଧ୍ୱ ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ପ୍ରାୟ ୧୭ଶହ ଲୋକଙ୍କ ମୃତ୍ୟୁ ଘଟିଥିବା ପ୍ରକାଶ। ଆମେରିକା ପରେ ସର୍ବାଧିକ କରୋନା ଭୂତାଣୁ କବଳରେ ପଡ଼ିଛି ବ୍ରାଜିଲ। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୩.୭୭ ଲକ୍ଷ ପାର୍‌ କରିଛି। ୨୩,୬୦୬ ଜଣ ବ୍ୟକ୍ତି ସଂକ୍ରମଣ ହୋଇ ଜୀବନ ହାରିଥିବା ଜଣାପଡ଼ିଛି। ରୁଷିଆ ତୃତୀୟ ସର୍ବାଧିକ ସଂକ୍ରମଣ ଦେଶ ତାଲିକାରେ ରହିଥିବା ବେଳେ ୩.୬୨ ଲକ୍ଷରୁ ଅଧିକ ଲୋକ ଏଠାରେ କରୋନା କବଳକୁ ଚାଲିଆସିଛନ୍ତି। ଏଠାରେ ମୃତ୍ୟୁସଂଖ୍ୟା ବଢ଼ି ୩,୮୦୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ବ୍ରାଜିଲରେ ୧,୦୪୨ ଓ ରୁଷିଆରେ ୮,୯୧୫ ନୂଆ ସଂକ୍ରମଣ ମାମଲା ନଜରକୁ ଆସିଛି। ସ୍ପେନ୍‌, ବ୍ରିଟେନ, ଇଟାଲୀ, ଫ୍ରାନ୍ସ, ଜର୍ମାନୀରେ ମଧ୍ୟ ସ୍ଥିତି ସଙ୍ଗିନ ରହିଛି। ଏହିସବୁ ଦେଶଗୁଡ଼ିକରେ କରୋନା ମୃତ୍ୟୁସଂଖ୍ୟା ବଢ଼ି ଯଥାକ୍ରମେ ୨୬,୮୩୭, ୩୭,୦୪୮, ୩୨,୯୫୫, ୨୮,୪୩୨ ଓ ୮,୪୪୯ ରହିଛି। ଦିନକୁ ଦିନ ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ଆମେରିକା, ୟୁରୋପ ଭଳି ଏସିଆ ଓ ଆଫ୍ରିକୀୟ ଦେଶଗୁଡ଼ିକରେ କରୋନା ଭୂତାଣୁ ବଢ଼ି ବଢ଼ି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri