ବାହାନଗା, ୫ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବ ତୋଳିବାକୁ ଯାଇ ଦୁଇ ଭଉଣୀ ପୋଖରୀରେ ବୁଡି ପ୍ରାଣ ହରାଇବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ସାହାସପୁରା ଗ୍ରାମର ମକିମ୍ ସାହାଙ୍କ ଦୁଇ ଝିଅ ପ୍ରମିଣି ଖାତୁନ୍ (୧୧) ଓ ନୟନା ଖାତୁନ୍ (୬) ନିକଟସ୍ଥ ପୋଖରୀ କୂଳରେ ଥିବା ଆମ୍ବ ଗଛରୁ ଆମ୍ବ ତୋଳୁଥିଲେ। ପ୍ରଥମେ ସାନଝିଅ ନୟନା ଗୋଡ ପୋଖରୀ ମଧ୍ୟକୁ ଖସିଯାଇଥିଲା। ତେବେ ତାକୁ ଉଦ୍ଧାର କରିବାକୁ ଉଦ୍ୟମ କରି ବଡଭଉଣୀ ପ୍ରମିଣି ମଧ୍ୟ ପୋଖରୀରେ ବୁଡିଯାଇଥିଲେ। ଦୁଇ ଭଉଣୀଙ୍କୁ ନ ପାଇ ଘରଲୋକେ ଖୋଜାଖୋଜି କରିବା ପରେ ପୋଖରୀରୁ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ନୟନା ଦ୍ୱିତୀୟ ଶ୍ରେଣୀରେ ପାଠ ପଢୁଥିବା ବେଳେ ବଡ ଭଉଣୀ ପ୍ରମିଣୀ ୫ମ ଶ୍ରେଣୀରେ ପାଠ ପଢୁଥିଲେ।
Posted inଆମ ଜିଲା ଖବର, ବାଲେଶ୍ୱର View All
ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍କୁ ଅଣ୍ଡାମାଡ଼
ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…
କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…
ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…
ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା
ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…
ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍ରେ ଚାଲିଛି ଚିକିତ୍ସା
ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…
୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…
ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…
ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ
ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…
ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର
ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…
ନିକିତାଙ୍କୁ ଗ୍ଲୋବାଲ ପାଥ୍ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ
ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

