ଆମ୍ବୁଲାନ୍ସରୁ ସରିଗଲା ତେଲ: ଡାକ୍ତରଖାନା ଯିବା ରାସ୍ତାରେ ଆଖିବୁଜିଲେ ମା’, ଗର୍ଭସ୍ଥ ଶିଶୁ

ବାରିପଦା ଅଫିସ,୫।୧୦: ଡାକ୍ତରଖାନା ଯିବା ରାସ୍ତାରେ ଆମ୍ବୁଲାନ୍ସରୁ ତେଲ ସରିଯିବାରୁ ଗର୍ଭବତୀ ମହିଳା ଏବଂ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ। ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ହାଣଦା ଗ୍ରାମରେ ଶନିବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ମୃତ ମହିଳା ହେଲେ ଗ୍ରାମର ଚିତ୍ତରଞ୍ଜନ ମୁଣ୍ଡାଙ୍କ ସ୍ତ୍ରୀ ତୁଳସୀ ମୁଣ୍ଡା।

ସୂଚନାନୁଯାୟୀ, ଶୁକ୍ରବାର ରାତିରେ ତୁଳସୀଙ୍କର ପ୍ରସବ ବେଦନା ହେବାରୁ ପରିବାରଲୋକେ ତାଙ୍କୁ ପ୍ରଥମେ ବାଙ୍ଗିରିପୋଷିସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଅବସ୍ଥା ଗୁରୁତର ଦର୍ଶାଇ ଡାକ୍ତର ତୁଳସୀଙ୍କୁ ବାରିପଦାରେ ଥିବା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜକୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦେଇଥିଲେ। ହେଲେ ସେହି ସମୟରେ ଡାକ୍ତରଖାନାରେ ୧୦୮ କିମ୍ବା ୧୦୨ ଆମ୍ବୁଲାନ୍ସ ନ ଥିବାରୁ ଡାକ୍ତରଖାନା ଆମ୍ବୁଲାନ୍ସ ଯୋଗେ ତାଙ୍କୁ ବାରିପଦା ପଠାଯାଇଥିଲା। ଦୁର୍ଭାଗ୍ୟବଶତଃ ଅଧାରାସ୍ତାରେ ଆମ୍ବୁଲାନ୍ସରୁ ତେଲ ସରିଯାଇଥିଲା। ଫଳରେ ତୁଳସୀ ସେଠାରେ ପାଖାପାଖି ଦୁଇଘଣ୍ଟା ଧରି ଯନ୍ତ୍ରଣାରେ ଛଟପଟ ହୋଇଥିଲେ। ଖବର ଦିଆଯିବା ପରେ ଅନ୍ୟ ଏକ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ତୁଳସୀଙ୍କୁ ନେଇ ବାରିପଦା ଆସିଥିଲା। ହେଲେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri