ଆମ୍ବୁଲାନ୍ସରେ ପାସେଞ୍ଜର ବୋହି ଅଡୁଆରେ ଚାଳକ

ପାଟଣା, ୨୫ା୪(ସ୍ବ.ପ୍ର.)-ସାରାଦେଶ କରୋନା ପାଇଁ ଲକ୍‌ଡାଉନ ଥିବା ବେଳେ କେତେକ ଲୋକ ଗଳାବାଟ ଦେଇ ଆଇନ ଉଲ୍ଲଂଘନ କରିବାକୁ ପଛାଉନାହାନ୍ତି। କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ଗ୍ରାମର ଜଣେ ଘରୋଇ ଆମ୍ବୁଲାନ୍ସ ଚାଳକ ଗୁରୁବାର ସାରେ ଲକ୍‌ଡାଉନକୁ ଉଲ୍ଲଂଘନ କରି ଯାଜପୁର ଜିଲା ମଙ୍ଗଳପୁର ଥାନା ଜୟୀନ୍ତିରା ଗ୍ରାମରୁ ୩ଜଣ ପାସେଞ୍ଜରଙ୍କୁ ନିଜ ଗାଁକୁ ଆଣିଥିବା ସୂଚନା ମିଳିଛି। ଖବରପାଇ ପାଟଣା ପୋଲିସ ଏକ ମାମଲା (ନଂ. ୭୧/୨୦ ) ରୁଜୁ କରି ତଦନ୍ତ ଜାରି ରଖିଛି। ଶୁକ୍ରବାର କେନ୍ଦୁଝର ଟାଉନ ଥାନା ଅଞ୍ଚଳରୁ ପାଟଣା ପୋଲିସ ଆମ୍ବୁଲାନ୍ସ ଜବତ କରିଛି। ପାସେଞ୍ଜରଙ୍କୁ ଉଦୟପୁର ଆଣିବା ପାଇଁ ଉକ୍ତ ଚାଳକ ୫ ହଜାର ଟଙ୍କା ନେଇଥିବା ପୋଲିସ ନିକଟରେ ସ୍ବୀକାର କରିଛନ୍ତି। ଆମ୍ବୁଲାନ୍ସ ଚାଳକଙ୍କୁ ନୋଟିସ ଦେଇ ପୋଲିସ ଛାଡି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri