Posted inଜାତୀୟ

ଆମ୍ବେଦକରଙ୍କ ମୂର୍ତ୍ତି ଭଙ୍ଗାକୁ ନେଇ କୋଏମ୍ବାଟୁର ବସ୍‌ଷ୍ଟାଣ୍ଡରେ ପଥରମାଡ଼

କୋଏମ୍ବାଟୁର,୨୬।୮: ତାମିଲନାଡୁରେ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ମୂର୍ତ୍ତି ଭାଙ୍ଗିବା ପରେ ଉତ୍ତେଜନା ଥମିବାର ନାଁ ନେଉନି। ଏନେଇ ସୋମବାର କୋଏମ୍ବାଟୁରର ବସ୍‌ଷ୍ଟାଣ୍ଡରେ ଏକ ତାମିଲ ସମ୍ପ୍ରଦାୟ ପକ୍ଷରୁ ପଥରମାଡ଼ କରାଯାଇଛି। ଏହି ଘଟଣାରେ ଦୁଇଟି ବସ୍‌ର କାଚ ଭାଙ୍ଗିଯାଇଛି। ଗୋଟିଏ ବସ୍‌ ଉଟି ଯାଉଥିବା ବେଳେ ଅନ୍ୟଟି କୋଣ୍ଡମପାଲୟମ ଯାଉଥିଲା। ତେବେ ଏହି ପଥରମାଡ଼ରେ କେହି ମୃତାହତ ହୋଇ ନ ଥିବା ସୂଚନା ମଳିଛି। ଏଥିସହ ବସ୍‌ ଉପରକୁ ଫୋପାଡ଼ାଯାଇଥିବା ପଥର ସହ ଏକ ଚିଠି ମଧ୍ୟ ଜବତ କରାଯାଇଛି। ଏହି ଚିଠିରେ ଉକ୍ତ ଘଟଣା ପାଇଁ ଏକ ତାମିଲ ସମ୍ପ୍ରଦାୟ ନିଜକୁ ଦାୟି କରିବା ସହ ଆମ୍ବେଦକରଙ୍କ ମୂର୍ତ୍ତି ଭଙ୍ଗାଯିବା ଘଟଣାକୁ ନିନ୍ଦା କରିଛି। ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟାରେ ନାଗପଟ୍ଟିନମ୍‌ର ବେଦାରଣ୍ୟରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ଏହାପରେ ଏକ ସମ୍ପ୍ରଦାୟ ପକ୍ଷରୁ କାର୍‌ରେ ନିଆଁ ଲଗାଯିବା ସହ ସ୍ଥାନୀୟ ଥାନାରେ ପଥରମାଡ଼ କରାଯାଇଥିଲା। ଏହାକୁ ବିରୋଧ କରି ଅନ୍ୟ ସମ୍ପ୍ରଦାୟର ଲୋକମାନେ ଆମ୍ବେଦକରଙ୍କ ପ୍ରତିମାକୁ କ୍ଷତି ପହଞ୍ଚାଇଥିଲେ। ଏହାକୁ ନେଇ ସହରରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଉକ୍ତ ସହର ଓ ଆଖପାଖ ଅଞ୍ଚଳରେ ବ୍ୟାପକ ଅଞ୍ଚଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri