Posted inଜାତୀୟ

ଆରଜେଡି ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ହଙ୍ଗାମା

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀରେ ଆରଜେଡିର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ହଙ୍ଗାମା ସୃଷ୍ଟି ହୋଇଛି। ରବିବାର ଆରଜେଡି ନେତା ତଥା ବିହାର ମନ୍ତ୍ରୀ ତେଜ ପ୍ରତାପ ଯାଦବ ଦଳର ଜାତୀୟ କାର୍ଯ୍ୟକାରିଣୀ ବୈଠକରୁ ରାଗି ପଳାଯାଇଛନ୍ତି। ଦଳର ବରିଷ୍ଠ ନେତା ଶ୍ୟାମ ରାଜକ ତାଙ୍କ ଭଉଣୀ ଏବଂ ପିଏ କୁ ଦୁର୍ବ୍ୟବହାର କରିଛନ୍ତି ସେ ଅଭିଯୋଗ କରିଛନ୍ତି।
ବିହାରର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ତେଜ ପ୍ରତାପ ଯାଦବ କହିଛନ୍ତି, ଯେତେବେଳେ ମୁଁ ଏହି କାର୍ଯ୍ୟକ୍ରମ ବିଷୟରେ ପଚାରିଲି, ଶ୍ୟାମ ରାଜକ ମୋତେ, ମୋର ବ୍ୟକ୍ତିଗତ ସହାୟକ ଏବଂ ମୋ ଭଉଣୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହାର ଅଡିଓ ମଧ୍ୟ ଅଛି, ମୁଁ ଏହାକୁ ମୋ ପେଜ୍‌ରେ ପୋଷ୍ଟ କରିବି। ଶ୍ୟାମ ରାଜକ ଆରଏସଏସ ଏବଂ ଭାଜପାର ଏଜେଣ୍ଟ। ଏଭଳି ଏଜେଣ୍ଟମାନଙ୍କୁ ସଂଗଠନ ହଟାଇବା ଉଚିତ୍‌।
ତେଜ ପ୍ରତାପ ଯାଦବଙ୍କ ଅଭିଯୋଗ ପରେ ଶ୍ୟାମ ରାଜକ ମଧ୍ୟ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ, ସାମର୍ଥ୍ୟ ଥିବା ବ୍ୟକ୍ତି ସବୁକିଛି କହିବାର ଅଧିକାର ଅଛି। ମୁଁ ଦଳିତ ସମ୍ପ୍ରଦାୟର। ସେମାନେ ଯାହା କହୁଛନ୍ତି ସେମାନେ ନିଜ ସାମର୍ଥ୍ୟ ଆଧାରରେ କହୁଛନ୍ତି। ଏହି ଘଟଣା ପରେ ଶ୍ୟାମ ରାଜକ ବେହୋଶ ହୋଇଯାଇଥିଲେ। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଅକ୍ଟୋବର ୯ରୁ ଦୁଇ ଦିନିଆ ଆରଜେଡି ଜାତୀୟ କାର୍ଯ୍ୟକାରିଣୀ ବୈଠକ ନୂଆଦିଲ୍ଲୀରେ ଆରମ୍ଭ ହୋଇଛି। ଏଥିରେ ୨୪ଟି ରାଜ୍ୟର ପଦାଧିକାରୀ ଏବଂ ପ୍ରାୟ ୩୦୦୦ ଆରଜେଡି କର୍ମୀ ଏବଂ ନେତା ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri