ଆରଡି ରାସ୍ତା ନିର୍ମାଣକୁ ବିରୋଧକରି ଦାବିପତ୍ର ଦେଲେ ଚାଷୀ

ଜୟପୁର,୨୬ା୬(ନି.ପ୍ର.): ଜୟପୁର ବ୍ଲକ ଅନ୍ତର୍ଗତ ଟାଙ୍କୁଆ ପଞ୍ଚାୟତ କେନାଲ ରାସ୍ତା ଉପରେ ଆରଡି ରାସ୍ତା ନିର୍ମାଣକୁ ଚାଷୀମାନେ ବିରୋଧ କରିଛନ୍ତି । ଉକ୍ତ ରାସ୍ତା ଜଗନ୍ନାଥପୁଟ-କୁସୁମପୁଟ ନାମରେ ନାମିତ ହୋଇ କାର୍ଯ୍ୟ ଚାଲୁଛି। ବିଭାଗୀୟ ମୁଖ୍ୟଯନ୍ତ୍ରୀ ତୁରନ୍ତ ସେଥିରେ ହସ୍ତକ୍ଷେପ କରି ଉକ୍ତ କାର୍ଯ୍ୟକୁ ଶୀତଳା ମନ୍ଦିର ଛକରୁ କରିବା ପାଇଁ ପଦକ୍ଷେପ ନିଅନ୍ତୁ ବୋଲି ଦାବି କରାଯାଇଛି। ଏନେଇ ଅପର କୋଲାବ ପ୍ରକଳ୍ପର ମୁଖ୍ୟଯନ୍ତ୍ରୀଙ୍କୁ ଦାବିପତ୍ର ମଧ୍ୟ ଦିଆଯାଇଛି। ସେଥିରେ ଉଲ୍ଲେଖ କରାଯାଇଛି ଯେ ଚାଷୀଙ୍କ ସ୍ବାର୍ଥ ଓ ଜଳସେଚନକୁ ଅଣଦେଖା କରି ଗ୍ରାମ୍ୟ ଉନ୍ନୟନ ବିଭାଗକୁ କେନାଲ ରାସ୍ତା ହସ୍ତାନ୍ତର କରାଯାଇଛି। ଆରଡି ବିଭାଗ ସେହି ରାସ୍ତା ନିର୍ମାଣ କଲେ ତଳମୁଣ୍ଡରେ ଅନେକ ଚାଷୀ ଜଳସେଚନରୁ ବଞ୍ଚତ୍ତ ହେବା ସହ ଭବିଷ୍ୟତରେ ଏହାର ମରାମତି କାର୍ଯ୍ୟରେ ବାଧା ସୃଷ୍ଟି ହେବ। ଯେଉଁ ରାସ୍ତାକାମ ଚାଲୁଛି, ସେଥିରେ ଘରୋଇ ଜମି ରହିଛି। ମୁଖ୍ୟଯନ୍ତ୍ରୀ ଏହାକୁ ଶୀତଳା ମନ୍ଦିର ଛକରୁ କରିବା ପାଇଁ ପଦକ୍ଷେପ ନିଅନ୍ତୁ ବୋଲି ଜୟପୁର ପଞ୍ଚାୟତ ସମିତି ପୂର୍ବତନ ଅଧ୍ୟକ୍ଷା ବୀରେନ ମୋହନ ପଟ୍ଟନାୟକ, ପ୍ରହ୍ଲାଦ ପାତ୍ର, ଶିଶିର କୁମାର ମିଶ୍ର, ପ୍ରତାପ ଚନ୍ଦ୍ର ମାଦଳା ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri