ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ: ସିଧାସଳଖ ଲୋକଙ୍କୁ ଫୋନ୍‌ କରି ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ମହାସମାରୋହ ପାଳନ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବର ଆୟୋଜନ କରାଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିବାଦନ ଗ୍ରହଣ କରିବା ସହ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଉଦ୍‌ବୋଧନ ଦେଇ ନବୀନ କହିଛନ୍ତି, ଲୋକଙ୍କ ସେବା ପାଇଁ ହିଁ ସରକାର ଚାଲିଛି। ତେଣୁ ଲୋକଙ୍କ ମତାମତ ନେବା ଆମ କର୍ତ୍ତବ୍ୟ। ଏଥିପାଇଁ ଆମେ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ରାଜ୍ୟର ସମସ୍ତ ଥାନା ଓ ହସ୍ପିଟାଲଗୁଡିକରେ ଫାଇଭ ଟି(୫ଟି) କାର୍ଯ୍ୟକାରୀ ହେବ। ଏହି ଯୋଜନାରେ ସବୁ ଲୋକଙ୍କ ସହ ନିଜେ ମୁଖ୍ୟମନ୍ତ୍ରୀ ସିଧାସଳଖ କଥା ହେବେ। ବିଭାଗୀୟ ମନ୍ତ୍ରୀମାନେ ମଧ୍ୟ ଲୋକଙ୍କୁ ସମସ୍ୟା ବିଷୟରେ ପଚାରି ବୁଝିବେ। ୨୦୨୦ ମାର୍ଚ୍ଚ ୫ ସୁଦ୍ଧା ସବୁ ବିଭାଗ ଏହାକୁ କାର୍ଯ୍ୟକାରୀ କରିବେ। ଯେଉଁ ଗ୍ରାମକୁ ଏପର୍ଯ୍ୟନ୍ତ ବିଜୁଳି ପହଞ୍ଚିପାରିନି, ଏନେଇ ଗ୍ରାମବାସୀମାନେ ଉକ୍ତ ପଞ୍ଚାୟତକୁ ଏକ ଦରଖାସ୍ତ ଦେଲେ ୪୮ ଘଣ୍ଟା ଭିତରେ ସେଠାରେ ବିଜୁଳି ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri