ଆରମ୍ଭ ହେଲା ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ଓଡ଼ିଶାରେ ଆରମ୍ଭ ହୋଇଛି ‘ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ’ ବ୍ୟବସ୍ଥା। ପ୍ରଥମ ପାଇଲଟ୍‌ ପ୍ରକଳ୍ପ ଭାବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ରବିବାରଠାରୁ ଲାଗୁ କରାଯାଇଛି। ଏହି ନୂଆ ବ୍ୟବସ୍ଥା ଅନୁଯାୟୀ, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଓଏଫ୍‌ଏସ୍‌ଏସ୍‌)ରେ ଅନ୍ତର୍ଭୁକ୍ତ ହିତାଧିକାରୀମାନେ ଦେଶର ଯେକୌଣସି ସ୍ଥାନରୁ ସରକାରୀ ଚାଉଳ, ଗହମ, କିରୋସିନ ଆଦି ରାଶନ ସାମଗ୍ରୀ ପାଇପାରିବେ। ଏଥିପାଇଁ ରାଶନ କାର୍ଡ ସହ ଆଧାର ଲିଙ୍କ୍‌କୁ ବାଧ୍ୟତାମୂଳକ କରାଯାଇଛି। ଏବେ ରାଜ୍ୟରେ ୯୭.୩ ପ୍ରତିଶତ ରାଶନ କାର୍ଡ ସହ ଆଧାର ଲିଙ୍କ୍‌ ହୋଇପାରିଛି। ଆହୁରି ୨ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଆଧାର ଲିଙ୍କ୍‌ କରି ନ ଥିବା ଜଣାପଡିଛି। ତେଣୁ ରାଜ୍ୟରେ ଏହି ବ୍ୟବସ୍ଥାକୁ ସଫଳ ଭାବେ କାର୍ଯ୍ୟକାରୀ କରିବା ପାଇଁ ଆଧାର ଲିଙ୍କ୍‌ ପ୍ରକ୍ରିୟାକୁ ଆହୁରି ୧୫ ଦିନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
୨୦୨୦ ଜୁଲାଇରୁ ଦେଶରେ ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ବିଏମ୍‌ସିରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ଏଣିକି ଯେକୌଣସି ଖାଉଟି ବଣ୍ଟନ କେନ୍ଦ୍ରରୁ ହିତାଧିକାରୀମାନେ ସେମାନଙ୍କ ରାଶନ ସାମଗ୍ରୀ ନେଇପାରିବେ। ଏହାକୁ ସଫଳ କରିବାକୁ ପଦକ୍ଷେପ ଆରମ୍ଭ ହୋଇଥିବାବେଳେ ପରବର୍ତ୍ତୀ ସମୟରେ ରାଜ୍ୟବ୍ୟାପୀ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ବିଏମ୍‌ସି ପକ୍ଷରୁ ୧୧୮ କେନ୍ଦ୍ର ଖୋଲାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ହିତାଧିକାରୀମାନେ କାର୍ଡ ପୋର୍ଟାବିଲିଟି କରୁଛନ୍ତି। ଆସନ୍ତା ୨୫ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। ଏହାପରେ ବିଏମ୍‌ସି ଅଞ୍ଚଳର ହିତାଧିକାରୀମାନେ ସୁବିଧା ମୁତାବକ ଯେକୌଣସି ରାଶନ କେନ୍ଦ୍ରରୁ ସାମଗ୍ରୀ ନେଇପାରିବେ। ଏହି ବ୍ୟବସ୍ଥା ପୂର୍ଣ୍ଣ କାର୍ଯ୍ୟକାରୀ ହେବା ପରେ ଭୂତ ହିତାଧିକାରୀ ଓ ଏକାଧିକ ସ୍ଥାନରୁ ରାଶନ କାର୍ଡ କରି ସାମଗ୍ରୀ ଉଠାଉଥିବା ହିତାଧିକାରୀ ବାଦ୍‌ ପଡ଼ିବେ। ଫଳରେ ଏହି ଯୋଜନାରେ ସାମଗ୍ରୀ ବାଟମାରଣା ରୋକାଯିବା ସହ ସ୍ବଚ୍ଛତା ବଜାୟ ରହିବ।
କାର୍ଯ୍ୟକ୍ରମ ଶୁଭାରମ୍ଭ ଅବସରରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି, ବିଏମ୍‌ସିରେ ଏହି ବ୍ୟବସ୍ଥାକୁ ପରୀକ୍ଷାମୂଳକ ଭାବେ ଆରମ୍ଭ କରାଯାଇଛି। ଖୁବ୍‌ଶୀଘ୍ର ଏହାକୁ ସାରା ରାଜ୍ୟରେ ଲାଗୁ କରାଯିବ। ଏହାପରେ ଅନ୍ୟ ରାଜ୍ୟ ସହିତ ମଧ୍ୟ କାର୍ଡଗୁଡ଼ିକୁ ସଂଯୋଗ କରାଯିବ। ହିତାଧିକାରୀମାନେ ଏଣିକି ରାଜ୍ୟର ଯେକୌଣସି ସାଧାରଣ ଖାଉଟି ବଣ୍ଟନ କେନ୍ଦ୍ରରୁ ପିଡିଏସ୍‌ ସାମଗ୍ରୀ ନେଇପାରିବେ। ସେମାନଙ୍କୁ ନିର୍ଦ୍ଦିଷ୍ଟ ଡିଲର ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ। ଏଥିନିମନ୍ତେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି ବୋଲି ମନ୍ତ୍ରୀ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri